ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ । ଗତକାଲି ମଙ୍ଗଳଆଳତି ପରଠାରୁ ବନ୍ଦ ରହିଛି ନୀତିକାନ୍ତି । ସେବାୟତଙ୍କ ବିବାଦରୁ କାଲିଠୁ ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ଗତକାଲି ମଙ୍ଗଳ ଆଳତୀ ପରଠାରୁ ଆଉ ଠାକୁରଙ୍କର ନୀତିକାନ୍ତି ହୋଇନଥିଲା କି ଭୋଗ ମଧ୍ୟ ହୋଇନଥିଲା । ଲିଙ୍ଗରାଜଙ୍କ ୨ ଏକର ଜମିରେ ବଡୁ ନିଯୋଗ ପକ୍ଷରୁ ଚାଲିଥିବା ଦୋକାନଘର ନିର୍ମାଣକୁ ବିରୋଧ କରି ସେବା କରୁନାହାନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ।

ସବୁ ବେବନ୍ଦୋବସ୍ତ ଜମି ଶ୍ରୀ ଲିଙ୍ଗରାଜଙ୍କ ଖାତାକୁ ଫେରୁଥିବା ବେଳେ ବଡୁ ନିଯୋଗ ଦ୍ୱାରା ନିର୍ମାଣାଧୀନ ଦୋକାନ ଘରକୁ ସମ୍ପୂର୍ଣ୍ଣ କରିବାକୁ କେମିତି ହାଇକୋର୍ଟରୁ ଅନୁମତି ମିଳିଲା ବୋଲି ପ୍ରଶ୍ନ କରିଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ପୂର୍ବରୁ ଏହାକୁ ଅନ୍ୟ ନିଯୋଗ ଚ୍ୟାଲେଂଜ କରିବା ଫଳରେ ଦୋକାନ ଘର ନିର୍ମାଣ କାମ ବନ୍ଦ ରହିଥିଲା । ହେଲେ ହାଇକୋର୍ଟରୁ କିଭଳି ପୁଣି କାମ ଚାଲୁ ପାଇଁ ବଡ଼ୁ ନିଯୋଗ ଅଦେଶ ପାଇଲା ବୋଲି ପ୍ରଶ୍ନ ଉଠାଇଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ଗତକାଲିଠାରୁ ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ପ୍ରଶାସନ ନିଦାବିଷ୍ଣୁ ସାଜିଥିବାବେଳେ ଅସନ୍ତୋଷ ଭକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ