Masthead

ଏସୀୟ କ୍ରୀଡାରେ ଚମକିଲେ ପ୍ରମୋଦ, ଆଣିଲେ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଚମକିଲେ ଓଡ଼ିଆ ପୁଅ । ଗୋଟିଏ ପରେ ଗୋଟିଏ ପଦକକୁ ନିଜ ନାଁରେ ଯୋଡିଛନ୍ତି । ପାରା ଏସୀୟ କ୍ରୀଡାରେ ପ୍ରମୋଦ ଭଗତଙ୍କୁ ସ୍ବର୍ଣ୍ଣ । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ । ନିତେଶ କୁମାରଙ୍କ ହରାଇ ସେ ସ୍ବର୍ଣ୍ଣ ଜିତିଛନ୍ତି । ପ୍ରମୋଦ ଫାଇନାଲରେ ୨୨-୨୦, ୧୮-୨୧ , ୨୧-୧୯ରେ ଜିତିଛନ୍ତି । ୨୦୧୪ରେ ଏକକ ଓ ଯୁଗଳରେ ଭାଗ ନେଇଥିଲେ । କିନ୍ତୁ କେବଳ ଏକକରେ କାଂସ୍ୟ ପଦକ ହାସଲ କରିଥିଲେ । ୨୦୧୦ରେ ଏକକ ଓ ଯୁଗଳରେ ଭାଗ ନେଇଥିଲେ ମଧ୍ୟ କୌଣସି ସଫଳତା ତାଙ୍କୁ ମିଳିନଥିଲା । ୨୦୧୮ ପାରା ଏସୀୟ କ୍ରୀଡାରେ କିନ୍ତୁ ସେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ୨୦୨୨ରେ ଏକକ, ଯୁଗଳ ଓ ମିଶ୍ରିତ ଯୁଗଳରେ ଭାଗ ନେଇଛନ୍ତି । ଏବଂ ମିଶ୍ରିତ ଯୁଗଳରେ କାଂସ୍ୟ, ଯୁଗଳରେ କାଂସ୍ୟ ଓ ଏକକରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ପ୍ରମୋଦ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼