Masthead

ଏସୀୟ କ୍ରୀଡାରେ ଚମକିଲେ ପ୍ରମୋଦ, ଆଣିଲେ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଚମକିଲେ ଓଡ଼ିଆ ପୁଅ । ଗୋଟିଏ ପରେ ଗୋଟିଏ ପଦକକୁ ନିଜ ନାଁରେ ଯୋଡିଛନ୍ତି । ପାରା ଏସୀୟ କ୍ରୀଡାରେ ପ୍ରମୋଦ ଭଗତଙ୍କୁ ସ୍ବର୍ଣ୍ଣ । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ । ନିତେଶ କୁମାରଙ୍କ ହରାଇ ସେ ସ୍ବର୍ଣ୍ଣ ଜିତିଛନ୍ତି । ପ୍ରମୋଦ ଫାଇନାଲରେ ୨୨-୨୦, ୧୮-୨୧ , ୨୧-୧୯ରେ ଜିତିଛନ୍ତି । ୨୦୧୪ରେ ଏକକ ଓ ଯୁଗଳରେ ଭାଗ ନେଇଥିଲେ । କିନ୍ତୁ କେବଳ ଏକକରେ କାଂସ୍ୟ ପଦକ ହାସଲ କରିଥିଲେ । ୨୦୧୦ରେ ଏକକ ଓ ଯୁଗଳରେ ଭାଗ ନେଇଥିଲେ ମଧ୍ୟ କୌଣସି ସଫଳତା ତାଙ୍କୁ ମିଳିନଥିଲା । ୨୦୧୮ ପାରା ଏସୀୟ କ୍ରୀଡାରେ କିନ୍ତୁ ସେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ୨୦୨୨ରେ ଏକକ, ଯୁଗଳ ଓ ମିଶ୍ରିତ ଯୁଗଳରେ ଭାଗ ନେଇଛନ୍ତି । ଏବଂ ମିଶ୍ରିତ ଯୁଗଳରେ କାଂସ୍ୟ, ଯୁଗଳରେ କାଂସ୍ୟ ଓ ଏକକରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ପ୍ରମୋଦ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ