କାହିଁକି ବାଡୁଅ ଝିଅମାନେ କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ପୂଜା କରନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ଓଡ଼ିଶାର ଏକ ସ୍ୱତନ୍ତ୍ର ପର୍ବ କୁମାର ପୂର୍ଣ୍ଣିମା। ଏହାକୁ କୁମାରୋତ୍ସବ ମଧ୍ୟ କୁହାଯାଏ।। ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବ ପାଳିତ ହୁଏ। ଏହିଦିନ ମା’ ଲକ୍ଷ୍ମୀଙ୍କର ଆରାଧନା କରାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ୟ୍ୟଙ୍କୁ ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି। ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ ପାଳନ କରିଥାନ୍ତି। ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଏହି ପୂଜା କରିଥାନ୍ତି

କୁମାରୀମାନେ ଚନ୍ଦ୍ର ପୂଜା କରିବା ସହ ସନ୍ଧ୍ୟାରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି।ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଆନ୍ତି ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି। ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ ଆଡ଼ମ୍ବର ସ‌ହ ପାଳନ କରାଯାଇଥାଏ।  ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ-ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ