Masthead

ଆଜି ଚନ୍ଦ୍ରଙ୍କୁ ଗ୍ରାସିବେ ରାହୁ, ରାତି ୧ଟା ୪୪ ମିନିଟରୁ ଲାଗିବ ଗ୍ରହଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କୁମାରପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ । ରାତି ୧ଟା ୦୫ମି ୨୩ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ହେବ। ରାତି ୧ଟା ୪୪ମି. ୦୩ ସେକେଣ୍ଡରେ ମଧ୍ୟାନ୍ତର ହୋଇ ରାତି ୨ଟା ୨୨ମିନିଟ୍ ୩୮ ସେକେଣ୍ଡରେ ସର୍ବମୋକ୍ଷ ହେବ । ଗ୍ରହଣର ଅବଧି ରହିବ ମୋଟ୍୧ ଘଣ୍ଟା ୧୯ ମିନିଟ୍। ତେଣୁ ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ପାକ ନିଷେଧ କରାଯାଇଛି । ଅପରାହ୍ନ ୪ଟା ୦୫ ରୁ ହାଣ୍ଡିଛାଡ଼ ଥିବା ବେଳେ ରାତି ୨ଟା ୨୩ ମିନିଟ୍ ପର୍ୟ୍ୟନ୍ତ ଭୋଜନ ଓ ଦେବନୀତି ସମ୍ପୂର୍ଣ୍ଣ ନିଷେଧ ରହିବ । କିନ୍ତୁ ରୋଗୀ, ବୃଦ୍ଧ, ଶିଶୁମାନଙ୍କ ପାଇଁ ଏହା ବାଧ୍ୟତାମୂଳକ ନୁହେଁ। ଗ୍ରହଣ ସର୍ବମୋକ୍ଷ ପରେ ରାତି ୨ଟା ୨୪ ମିନିଟ୍ ପରେ ସ୍ନାନାଦି କର୍ମ ସାରି ପୁଣି ପୂଜାନୀତି ଓ ରୋଷେଇ କରିହେବ।

ଚନ୍ଦ୍ରଗ୍ରହଣ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ଶେଷ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବ । ଏହାପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ବିଜେ ହୋଇ ଚଉଦୋଳରେ ଶ୍ରୀକ୍ଷେତ୍ରରେ ଥିବା ଚାରି ଆଶ୍ରମକୁ ବିଜେ କରିବା ପରେ ସେଠାରେ ପନ୍ତିଭୋଗ ଓ ବନ୍ଦାପନା ନୀତି କରାଯିବ । ବଡସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡି ଖେଳ ହେବ । ଚନ୍ଦ୍ରଗ୍ରହଣ ଭାରତ ସମେତ ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ, ଏସିଆ, ୟୁରୋପ, ଆଫ୍ରିକା, ପୂର୍ବ ଦକ୍ଷିଣ ଆମେରିକା, ଉତ୍ତର ପୂର୍ବ ଉତ୍ତର ଆମେରିକାରେ ଦୃଶ୍ୟମାନ ହେବ। ଚନ୍ଦ୍ରଗ୍ରହଣ ଭାରତର ସମସ୍ତ ସ୍ଥାନରୁ ମଧ୍ୟରାତ୍ରିରେ ଦେଖାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?