Masthead

ଇଂଲଣ୍ଡକୁ ଧୂଳି ଚଟାଇଲେ ଭାରତୀୟ ବୋଲର, ୧୦୦ ରନରେ ଜିତିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ବକପ୍‌ ୨୦୨୩ ସେମିଫାଇନାଲ ଆଡ଼କୁ ଆଉ ପାଦେ ଆଗେଇଲା ଭାରତ । ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ବିଫଳ ହେବାପରେ ବୋଲର ଜିତାଇଲେ ମ୍ୟାଚ୍‌ । ଇଂଲଣ୍ଡ ଠାରୁ ୧୦୦ ରନରେ ଜିତିଲା ଭାରତ ।ଇଂଲଣ୍ଡ ଆଗରେ ୨୩୦ ରନର ବିଜୟ ଲକ୍ଷ୍ୟ ରହିଥିବାବେଳେ ମାତ୍ର ୧୨୯ ରନରେ ଅଲଆଉଟ୍ ହୋଇଯାଇଥିଲା ଇଂଲଣ୍ଡ । ୧୨ ପଏଣ୍ଟ ସହ ଟେବୁଲର ଶୀର୍ଷ ସ୍ଥାନରେ ରହିଛି ଭାରତ । ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଇଂଲଣ୍ଡ । ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ଭାରତକୁ ଆରମ୍ଭରୁ ତିନିଜଣ ତାରକା ବ୍ୟାଟ୍ସମ୍ୟାନ ଶୁଭମନ ଗିଲ୍, ବିରାଟ କୋହଲି ଓ ଶ୍ରେୟସ ଆୟରଙ୍କ ଓ୍ବିକେଟ୍ ହରାଇ ବିପର୍ୟ୍ୟୟର ସମ୍ମୁଖୀନ ହୋଇଥିଲା ।

ଗିଲ୍ ୯ ରନ, କୋହଲି ୦ ଓ ଆୟର ୪ ରନ କରି ଆଉଟ ହୋଇଥିଲେ । ତେବେ ଗୋଟିଏ ପଟେ ଓ୍ବିକେଟ ପଡ଼ିଚାଲିଥିବାବେଳେ ଅନ୍ୟପଟେ ଅଧିନାୟକ ରୋହିତ ଶର୍ମା ଲଢୁଆ ବ୍ୟାଟିଂ ଜାରି ରଖିଥିଲେ ଓ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ । ସେ କେଏଲ ରାହୁଲ ଓ ସୂର୍ୟ୍ୟକୁମାର ଯାଦବଙ୍କ ସହ ମିଶି ଉପଯୋଗୀ ପାର୍ଟନରସିପ କରିବା ସହ ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେଇଯାଇଥିଲେ । ରୋହିତ ୮୭ ରନ କରି ଆଉଟ ହେବାସହ ଶତକରୁ ବଞ୍ଚିତ ହୋଇଥିବାବେଳେ ସୂର୍ୟ୍ୟ ୪୯ ରନ କରି ଆଉଟ ହୋଇ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୨୯ ରନ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି