Masthead

ଅନ୍ତର୍ଜାତୀୟ କ୍ରିକେଟରେ ୧୮ ହଜାର ରନ୍ ପୂରଣ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ ଆରମ୍ଭରୁ ଚତ୍ମକାର ଫର୍ମରେ ଅଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା । ରବିବାର ଅନ୍ତର୍ଜାତୀୟ କ୍ରିକେଟରେ ୧୮ ହଜାର ରନ ପୂରଣ କରିଛନ୍ତି। ପଞ୍ଚମ ଭାରତୀୟ ଭାବେ ସେ ଏହି ଉପଲବ୍ଧି ହାସଲ କରିଛନ୍ତି। ସେ ୪୫୭ତମ ମ୍ୟାଚ୍‌ରେ ୪୭୭ଟି ଇନିଂସରୁ ୧୮ ହଜାର ରନ ପୂରଣ କରିଛନ୍ତି। ରବିବାର ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇସିସି ଦିନିକିଆ ବିଶ୍ବକପ ୧୩ତମ ସଂସ୍କରଣ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ରୋହିତ ୪୮ ରନ କରିବା ପରେ ଏହି ମାଇଲଖୁଣ୍ଟ ଛୁଇଁଥିଲେ।

ରୋହିତଙ୍କ ପୂର୍ବରୁ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର, ବିରାଟ କୋହଲି, ରାହୁଲ ଦ୍ରାବିଡ ଓ ସୌରଭ ଗାଙ୍ଗୁଲି ଏହି କ୍ଲବ୍‌ରେ ସାମିଲ ହୋଇସାରିଛନ୍ତି। ୩୪୩୫୭ ରନ୍‌ ସହ ସଚିନ୍‌, ୨୬୧୨୧ ରନ୍‌ ସହ କୋହଲି, ୨୪୨୦୮ ରନ୍‌ ସହ ଦ୍ରାବିଡ ଓ ୧୮୫୭୫ ରନ୍‌ ସହ ଗାଙ୍ଗୁଲି ଯଥାକ୍ରମେ ପ୍ରଥମ, ଦ୍ବିତୀୟ, ତୃତୀୟ ଓ ଚତୁର୍ଥ ସ୍ଥାନରେ ଅଛନ୍ତି। ରବିବାର ମ୍ୟାଚରେ ରୋହିତ ୮୭ ରନ କରି ଆଉଟ୍‌ ହୋଇଥିଲେ। ରୋହିତ ୫୨ଟି ଟେଷ୍ଟରେ ୧୦ଟି ଶତକ ଓ ୧୫ଟି ଅର୍ଦ୍ଧଶତକ ସହ ୪୬.୫୪ ହାରରେ ୩୬୭୭ ରନ କରିଥିବା ବେଳେ ୧୪୮ଟି ଟି୨୦ରେ ୪ଟି ଶତକ ଓ ୨୯ଟି ଅର୍ଦ୍ଧଶତକ ସହ ୩୧.୩୨ ହାରରେ ୩୮୫୩ ରନ୍‌ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!