Masthead

ଅସୁରକ୍ଷିତ ଜିଲ୍ଲାପାଳଙ୍କ ଅଫିସ୍

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପଶି ଚୋରି କରିବାକୁ ବି ଭୟ କଲେ ନାହିଁ । ସୁରକ୍ଷା ବଳୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଥିଲେ ମଧ୍ୟ ତାଲା ଭାଙ୍ଗି ଚୋରି କଲେ ଦୁର୍ବୃତ୍ତ । ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଗ୍ରୀଲ ଆଉ ତାଲା ଭାଙ୍ଗି ୪ ଟି ମନିଟର, ଦୁଇଟି ସିପିୟୁ ସହ ଗୋଟିଏ ପ୍ରିଣ୍ଟର ଚୋରି କରି ନେଇଯାଇଛନ୍ତି ଦୁର୍ବୃତ୍ତ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ତଳ ମହଲାରେ ଥିବା ନିର୍ବାଚନ ଉପ ବିଭାଗ କକ୍ଷ ଏବଂ ଡେପୁଟି କଲେକ୍ଟରଙ୍କ କକ୍ଷରୁ ହେଇଛି ଚୋରି ।

ରବିବାର କାର୍ଯ୍ୟାଳୟ ଛୁଟି ଥିବା ବେଳେ ଆଜି ସକାଳୁ କର୍ମଚାରୀମାନେ ଭିତରକୁ ଯିବା ବେଳେ ତାଲା ଭାଙ୍ଗିଥିବା ସହ ତାଲା ତଳେ ପଡିଥିବା ଦେଖି ତୁରନ୍ତ ନବରଙ୍ଗପୁର ଟାଉନ ଥାନାକୁ ସୂଚନା ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ଯେଉଁଠି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅସୁରକ୍ଷିତ ତେବେ ସାଧାରଣ ଲୋକଙ୍କ ଧନ ଜୀବନ କେତେ ସୁରକ୍ଷିତ ବୋଲି ଏବେ ସାଧାରଣରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ