Masthead

ହାଜର ହେଲେନି ବିଧାୟକ ପ୍ରତାପ, ଓକିଲଙ୍କ ଜରିଆରେ ହାଜର ହେବାକୁ ଆବେଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋର୍ଟରେ ହାଜର ହେଲେନି ବିଧାୟକ ପ୍ରତାପ ଜେନା । ନିଜେ ହାଜର ନହୋଇ ନିଜ ଓକିଲ ଜରିଆରେ କୋର୍ଟରେ ହାଜର ହେବାକୁ ଆବେଦନ କରିଛନ୍ତି । ମାହାଙ୍ଗା ଡବଲ ମର୍ଡର ମାମଲାରେ ଆଜି କୋର୍ଟରେ ହାଜର ହେବାକୁ ନିଦେ୍ର୍ଦଶ ଦିଆଯାଇଥିଲା । କୋର୍ଟରେ ଶୁଣାଣି ହେବାକୁ ଥିବା ବେଳେ କୋର୍ଟରେ ହାଜର ହୋଇନାହାନ୍ତି ବିଧାୟକ ପ୍ରତାପ ଜେନା । ସିଆରପିସି ୨୦୫ ଧାରାରେ ନିଜ ଓକିଲଙ୍କ ଜରିଆରେ କୋର୍ଟରେ ହାଜର ହେବାକୁ ଆବେଦନ କରିଛନ୍ତି । ଏହାସହ ପ୍ରତିପକ୍ଷଙ୍କ ପକ୍ଷରୁ ଆବେଦନ ଗ୍ରହଣ ନକରିବାକୁ ମଧ୍ୟ ସେ କୋର୍ଟଙ୍କୁ ଅପିଲ କରିଥିବା ଜଣାପଡିଛି ।

ଗତ ସେପ୍ଟେମ୍ବର ପ୍ରତାପଙ୍କ ବିରୋଧରେ ତଦନ୍ତ ଜାରି ରଖିବା ସହ ଭୁବନେଶ୍ୱର କୋର୍ଟକୁ ମାମଲା ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ତଥ୍ୟ, ପ୍ରମାଣ, ସାକ୍ଷୀଙ୍କ ବୟାନ ଆଧାରରେ ପ୍ରତାପଙ୍କ ବିରୋଧରେ ଆସିଥିବା ହତ୍ୟା ଅଭିଯୋଗର ତଦନ୍ତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ୨୦୨୧ ଜାନୁଆରୀ ୩ ତାରିଖରେ ବିଜେପି ନେତା ତଥା ପୂର୍ବତନ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂଘ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗୀ-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା । ଉଭୟ ମାମଲାରେ ପ୍ରତାପ ଜେନାଙ୍କ ହାତ ଥିବା ଅଭିଯୋଗ କରିଥିଲା ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!