Masthead

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଅଘଟଣ

ରାଇଘର (ବଡ଼ ଖବର ବ୍ୟୁରୋ): ପୋଲିସ ଇନଫର୍ମର୍ ସନ୍ଦେହରେ ତିନି ଜଣ ଗ୍ରାମବାସୀଙ୍କୁ ନକ୍ସଲ ହତ୍ୟା କରିଥିବା ଜଣାପଡିଛି । ଚାରି ଦିନ ପୂର୍ବରୁ ସେମାନଙ୍କୁ ନକ୍ସଲମାନେ ଘରୁ ଉଠାଇ ନେଇ ଯାଇଥିବା ବେଳେ ସମାନଙ୍କ ମୃତଦେହକୁ ଆଜି ଗାଁ ମୁଣ୍ଡରେ ଫିଙ୍ଗି ଦେଇ ଚାଲିଯାଇଛନ୍ତି । ଭଳି ଏକ ଘଟଣା ଘଟିଛି ଛତିଶଗଡ ଅନ୍ତର୍ଗତ କାଙ୍କେର ଜିଲ୍ଲା ଅନ୍ତର୍ଗତ ଛୋଟେବେଠିଆ ଥାନା ଅଂଚଳରେ । ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପୂର୍ବରୁ କାଙ୍କେର ଜିଲ୍ଲାରେ ଏଭଳି ଘଟଣା ସମଗ୍ର ସୁରକ୍ଷା ବ୍ୟବସ୍ଥାକୁ ହଲଚଲ କରି ପକାଇଛି । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ସୀମାନ୍ତ ଠାରୁ ପ୍ରାୟ ୬୦ କିଲୋମିଟର ଦୂରରେ ଅବସ୍ଥିତ ଛତିଶଗଡର କାଙ୍କେର ଜିଲ୍ଲା ଅନ୍ତର୍ଗତ ମୁର୍ଖେଣ୍ଡି ଗ୍ରାମର ତିନିଜଣ ବ୍ୟକ୍ତିଙ୍କୁ ଗତ ଚାରି ଦିନ ପୂର୍ବେ ନକ୍ସଲ ମାନେ ଗ୍ରାମରୁ ଉଠାଇ ନେଇଥିଲେ । ତେବେ ଗତ କାଲି ସନ୍ଧ୍ୟାରେ ସମାନଙ୍କୁ ହତ୍ୟା କରି ଗାଁ ମୁଣ୍ଡରେ ସେମାନଙ୍କ ମୃତଦେହ ଫିଙ୍ଗି ଦେଇ ଚାଲି ଯାଇଥିଲେ । ଗ୍ରାମବାସୀ ମାନେ ସମାନଙ୍କ ମୃତଦେହକୁ ଏକ ଟ୍ରାକ୍ଟର ସାହାଯ୍ୟରେ ଛୋଟେବେଠିଆ ଥାନା ପରିସରକୁ ନେଇ ଯାଇଥିଲେ । ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଏ ନେଇ ଛୋଟେବେଠିଆ ଥାନାରେ ଏକ ମାମଲା ଋଜ୍ଜୁ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ