Masthead

ରାଜଧାନୀରେ ବିଷ ବିଭୀଷିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ବିଷ ବିଭୀଷିକା । ଅଣନିଶ୍ୱାସୀ ଦିଲ୍ଲୀବାସୀ । ବିଷ ବଳୟରେ ଭିତରେ ପୁରା ରାଜଧାନୀ । । ଲଗାତାର ୬ ଦିନ ଧରି ଦିଲ୍ଲୀରେ ବାୟୁର ମାନ ଅତ୍ୟନ୍ତ ନିମ୍ନମାନର ରହିବା ପରେ, ଚିନ୍ତାରେ ରାଜଧାନୀ ବାସୀ ଏବଂ ସରକାର। ଚାରିଆଡ଼େ ଧୂଆଁ ଧୂଆଁ, ପ୍ରଦୂଷିତ କୁହୁଡ଼ି ଭଳି ଆସ୍ତରଣ । ଭିଜିବିଲିଟି କମିଛି, ଶ୍ୱାସସକ୍ରିୟାରେ ବି କଷ୍ଟ ହେଉଛି । ଦିନକୁ ଦିନ ପ୍ରଦୁଷଣ ବୃଦ୍ଧି ପାଉଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କ ସହିତ ସରକାରଙ୍କ ଚିନ୍ତା ମଧ୍ୟ ବଢିଛି । ସ୍ଥିତିକୁ ଆୟତ କରିବାକୁ ନଭେରମ୍ବ୧ରୁ ଦିଲ୍ଲୀରେ ଡିଜେଲ ବସ ପ୍ରବେଶ ଉପରେ କଟକଣା ଲଗାଯାଇଛି ।

କେବଳ ନୂଆଦିଲ୍ଲୀ ନୁହେଁ ମୁମ୍ବାଇରେ ମଧ୍ୟ ବାୟୁ ପ୍ରଦୂଷଣ ଉକ୍ରଟ ହେବାରେ ଲାଗିଛି । ବିଭିନ୍ନ ସ୍ଥାନରେ ବାୟୁ ପ୍ରଦୂଷଣର ମାତ୍ରା ନିମ୍ନ ସ୍ତରକୁ ଖସି ଆସିଥିବା ବେଳେ ଜନଜୀବନ ଉପରେ ଏହାର ପ୍ରଭାବ ପଡିଛି । ସେପଟେ ପରିସ୍ଥିତିକୁ ଦେଖି ଦିଲ୍ଲୀରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଲାଗି ସରକାରୀ ଏବଂ ଘରୋଇ ପ୍ରାଥମିକ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି ଦିଲ୍ଲୀ ସରକାର । ସେହିପରି ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦିଲ୍ଲୀରେ ନିର୍ମାଣ କାମ ବ୍ୟାନ୍ କରାଯାଇଛି ।

ନିର୍ମାଣ ଓ ଭଙ୍ଗାଭଙ୍ଗି କାମ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି । କେବଳ ରେଳ, ଏୟାରପୋର୍ଟ, ହସ୍ପିଟାଲରେ ନିର୍ମାଣ କାର୍ଯ୍ୟକୁ ଅନୁମତି ମିଳିଛି । ଆଗାମୀ ୧୫ ଦିନ ଅତି ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ । ଏୟାର କ୍ବାଲିଟି ସିଭିୟର ବା ୪ଶହରୁ ଅଧିକ ଏକ୍ୟୁ ରେକର୍ଡ ହୋଇଥିବା ଅଞ୍ଚଳରେ ଆଗାମୀ ୫ ଦିନ ପାଇଁ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା