Masthead

ଗାଜାରେ ବୋମା ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବେଳକୁ ବେଳ ରକ୍ତମୁଖା ସାଜୁଛି ଇସ୍ରାଏଲ । ଗାଜାରେ ଜୋରଦାର ଅପରେସନ । ଦିନକୁ ଦିନ ଗାଜାରେ ସ୍ଥିତି ଭୟଙ୍କର ହେବାରେ ଲାଗିଛି । ହମାସକୁ ନିପାତ କରିବା ପାଇଁ ଇସ୍ରାଏଲ ଜିଦ୍ ଧରିଛି । ଏହାରି ଭିତରେ ଶୁକ୍ରବାର ଏକ ଆମ୍ବୁଲାନ୍ସ ଉପରେ ଏୟାର ଷ୍ଟ୍ରାଇକ୍ କରିଛି ଇସ୍ରାଏଲ ସେନା । ଉତରରୁ ଦକ୍ଷିଣ ଗାଜାକୁ ଧାଡି କରି କିଛି ଆମ୍ବୁଲାନ୍ସ ଯାଉଥିବାବେଳେ ଆକାଶମାର୍ଗରୁ ବୋମା ବର୍ଷା ହୋଇଛି । ଏଥିରେ ୧୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି ।

ଶୁକ୍ରବାର ରାତିରେ ଅଲ ଶିଫା ଡାକ୍ତରଖାନା ବାହାରେ ବି ଆକ୍ରମଣ ହୋଇଛି । କେବଳ ସେତିକି ନୁହେଁ ଗୁରୁବାର ଜବାଲିଆ ଶରଣାର୍ଥୀ କ୍ୟାମ୍ପ ଉପରେ ପୁଣିଥରେ ଆକ୍ରମଣ କରିଛି ନେତାନ୍ୟାହୁଙ୍କ ବାହିନୀ । ବାରମ୍ବାର ଶରଣାର୍ଥୀ ଶିବିର ଉପରେ ଆକ୍ରମଣକୁ ଜାତିସଂଘ ସମେତ ବିଭିନ୍ନ ଦେଶ ପକ୍ଷରୁ ଦୃଢ ନିନ୍ଦା କରାଯାଇଛି । ଅକ୍ଟୋବର ୩୧ ଜବାଲିଆ ଶରଣାର୍ଥୀ ଶିବିର ଉପରେ ୯୦୭ କିଲୋର ବମ୍ ପକାଇଥିଲା ଇସ୍ରାଏଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ