Masthead

ବିଶ୍ୱକପ୍‌ କ୍ରିକେଟରେ ଟିମ ଇଣ୍ଡିଆର ବଡ଼ ବିଜୟ, ଦକ୍ଷିଣ ଆଫ୍ରିକାକୁ ୨୪୩ ରନ୍‌ରେ ହରାଇଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବିଶ୍ୱକପ୍‌ କ୍ରିକେଟରେ ଟିମ ଇଣ୍ଡିଆର ବଡ଼ ବିଜୟ । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ସହଜ ବିଜୟ । ଦକ୍ଷିଣ ଆଫ୍ରିକାକୁ ୨୪୩ ରନ୍‌ରେ ହରାଇଲା ଭାରତ । ମ୍ୟାଚ୍‌କୁ ଏକତରଫା ଜିତିଲା ଭାରତ । ଜାଡେଜା ଘାତକ ବୋଲିଂ କରିବା ସହ ୫ ଓ୍ବିକେଟ ଅକ୍ତିଆର କରିଛନ୍ତି । ଏହାସହ ସାମି ଏବଂ କୁଲଦୀପ ଯାଦବ ୨ ଲେଖାଏଁ ଓ୍ବିକେଟ ଅକ୍ତିଆର କରିଛନ୍ତି । ତାଙ୍କ ଛଡ଼ା ସାମି ଓ କୁଲଦୀପ ଯାଦବ ଦୁଇଟି ଲେଖାଏଁ ଓ ଯଶପ୍ରୀତ ବୁମ୍ରା ଗୋଟିଏ ୱିକେଟ୍‌ ନେଇଛନ୍ତି । ଭାରତର ବିଶ୍ୱକପ୍‌ରେ ଏହା କ୍ରମାଗତ ଅଷ୍ଟମ ବିଜୟ । ବିରାଟ କୋହଲି ପ୍ଲେୟାର ଅଫ୍ ଦି ମ୍ୟାଚ ବିବେଚିତ ହୋଇଛନ୍ତି । ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ୩୨୬ ରନ୍‌ର ବିଶାଳ ସ୍କୋର୍‌ ଠିଆ କରିଥିଲା ।କ୍ୟାପଟେନ ରୋହିତ ଶର୍ମା ଏବଂ ଶୁବମନ ଗିଲ୍ ଧୂଆଁଧାର ବ୍ୟାଟିଂ କରି ଚଉକା ଛକ୍କାର ବର୍ଷା କରିଥିଲେ । ୧୦ ଓଭରରେ ଟିମ ଇଣ୍ଡିଆର ସ୍କୋର ୯୦ ରନ ପାର କରିସାରିଥିଲା ।

ରୋହିତ ଶର୍ମା ୪୦ ରନ ଓ ଶୁଭମନ ଗିଲ୍ ୨୩ ରନ କରି ଆଉଟ ହୋଇଥିଲେ । ଏହା ପରେ ବିରାଟ କୋହଲି ଓ ଶ୍ରେୟସ ଆୟର ଶତକୀୟ ପାର୍ଟନରସିପ୍ କରି ଭାରତକୁ ବଡ ସ୍କୋର ଆଡକୁ ନେବାରେ ସହାୟକ ହୋଇଥିଲେ । ଶ୍ରେୟସ ଆୟର ୭୭ ରନରେ ଆଉଟ ହେବା ପରେ କେଏଲ ରାହୁଲ ମାତ୍ର ୮ ରନରେ ଆଉଟ ହୋଇଥିଲେ । ତେବେ ବିରାଟ କୋହଲି, ସୂର୍ୟ୍ୟକୁମାର ଯାଦବ ଓ ରବୀନ୍ଦ୍ର ଜାଦେଜାଙ୍କ ସହ ଉପଯୋଗୀ ପାର୍ଟନରସିପ କରି ଦଳୀୟ ସ୍କୋରକୁ ୫୦ ଓଭରରେ ୩୨୬ ରନରେ ପହଞ୍ଚାଇଥିଲେ ।ସେପଟେ ବାର୍ଥଡେରେ ବିରାଟ୍‌ ସେଞ୍ଚୁରୀ ମାରିଛନ୍ତି । ନିଜର ୩୫ତମ ଜନ୍ମଦିନରେ ୪୯ତମ ଦିନିକିଆ ଶତକ ହାସଲ କରିଛନ୍ତି ବିରାଟ କୋହଲି । ଏଥିସହ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି ବିରାଟ । କୋଲକତାର ଇଡେନ ଗାର୍ଡେନରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦାୟିତ୍ୱପୂର୍ଣ୍ଣ ଇନିଂସ ଖେଳି ଶତକ ହାସଲ କରିଛନ୍ତି ବିରାଟ । ଭାରତ ଆଜିର ମ୍ୟାଚରେ ୩୨୬ ରନ୍ କରିଥିବା ବେଳେ ବିରାଟ ୧୦୧ ରନ୍ କରି ନଟଆଉଟ୍ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା