Masthead

ବନ୍ଦ ଘରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀରୁ ପୁଣି ମୃତଦେହ ଉଦ୍ଧାର। ଘାଟିକିଆ ଅଞ୍ଚଳରେ ଏକ ତାଲା ପଡ଼ିଥିବା ଘର ଭିତରୁ ପୋଲିସ ଆଜି ଜଣେ ପ୍ରଫେସରଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଉଛନ୍ତି ଭାଗବତ ପ୍ରସାଦ ରଥ ଏବଂ ସେ କୋରାପୁଟ ଜିଲ୍ଲାର ସୁନାବେଢ଼ା ବାସିନ୍ଦା। ଘାଟିକିଆରେ ଏକ ଭଡ଼ା ଘରେ ରହୁଥିଲେ। ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପ୍ରଫେସର ଭାବରେ କାର୍ୟ୍ୟ କରୁଥିଲେ। ଗତ ଚାରିଦିନ ହେବ ତାଙ୍କ ଘର ଭିତରୁ ବନ୍ଦ ଥିଲା। ଘରୁ ଦୁର୍ଗନ୍ଧ ବାହାରିବାରୁ ପଡ଼ୋଶୀ ପୋଲିସକୁ ଜଣାଇଥିଲେ। ସେ କିଛିଦିନ ଧରି ନିଜ ଅନଲାଇନ୍ କ୍ଲାସ୍ ମଧ୍ୟ କରି ନ ଥିଲେ। ରଥଙ୍କ ପରିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ମୃତ୍ୟୁର କାରଣ ଖୋଜିବା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ସୂଚନାରୁ ରଥ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ