Masthead

ବାୟୁ ପ୍ରଦୂଷଣ ରୋକିବା ପାଇଁ କୃତ୍ରିମ ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ବିଷ ବିଭୀଷିକା । ଅଣନିଶ୍ୱାସୀ ଦିଲ୍ଲୀବାସୀ । ବିଷ ବଳୟରେ ଭିତରେ ପୁରା ରାଜଧାନୀ । ଦିଲ୍ଲୀରେ ବାୟୁର ମାନ ଅତ୍ୟନ୍ତ ନିମ୍ନମାନର ରହିବା ପରେ, ଚିନ୍ତାରେ ରାଜଧାନୀ ବାସୀ ଏବଂ ସରକାର। ଚାରିଆଡ଼େ ଧୂଆଁ ଧୂଆଁ, ପ୍ରଦୂଷିତ କୁହୁଡ଼ି ଭଳି ଆସ୍ତରଣ । ଭିଜିବିଲିଟି କମିଛି, ଶ୍ୱାସସକ୍ରିୟାରେ ବି କଷ୍ଟ ହେଉଛି । ଦିନକୁ ଦିନ ପ୍ରଦୁଷଣ ବୃଦ୍ଧି ପାଉଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କ ସହିତ ସରକାରଙ୍କ ଚିନ୍ତା ମଧ୍ୟ ବଢିଛି । ଆଉ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ସରକାର କୃତ୍ରିମ ବର୍ଷା କରାଇବାକୁ ନିଷ୍ପତ୍ତି ନେଇଛନ୍ତି ।

ଗତକାଲି ଆଇଆଇଟି କାନପୁରର ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ନଭେମ୍ବର ୨୦ରୁ ବର୍ଷା କରାଇବାକୁ ତାରିଖ ଧାର୍ଯ୍ୟ କରାଯାଇଛି । ଆଇଆଇଟି କାନପୁର ଏ ସଂକ୍ରାନ୍ତ ଚୂଡାନ୍ତ ଯୋଜନା ଦିଲ୍ଲୀ ସରକାରଙ୍କୁ ଉପଲବ୍ଧ କରାଇଛି । ତେବେ ଏନେଇ ଆଜି ସୁପ୍ରିମକୋର୍ଟଙ୍କୁ ଜଣାଇବେ ଦିଲ୍ଲୀ ସରକାର । ଯଦି ନଭେମ୍ବର ୨୦-୨୧ ତାରିଖ ଦିଲ୍ଲୀ ଆକାଶରେ ମେଘ ଥାଏ ଏବଂ କୃତ୍ରିମ ବର୍ଷା ଅନୁମୋଦନକୁ ମଞ୍ଜୁରୀ ମିଳିଲେ ବର୍ଷା କରାଯିବ । ଆଉ ଏହା ହେବ ଦେଶରେ ପ୍ରଥମ ବୈଜ୍ଞାନିକ ପଦ୍ଧତି ଅନୁସାରେ କୃତ୍ରିମ ବର୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼