Masthead

ମହୁଆଙ୍କୁ ଅଯୋଗ୍ୟ ସୁପାରିସ୍‌ !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଶ୍ନ ପାଇଁ ଲାଞ୍ଚ ମାମଲା । ମହୁଆ ମୈତ୍ରଙ୍କୁ ଅଯୋଗ୍ୟ ସୁପାରିସ୍‌ ସୂଚନା । ଲୋକସଭାର ଏଥିକ୍ସ କମିଟି ପକ୍ଷରୁ ସଦସ୍ୟତା ରଦ୍ଦ ପାଇଁ ସୁପାରିସ୍‌ । ଏନେଇ କମିଟିର ସଦସ୍ୟଙ୍କୁ ମିଳିଥିବା ୫ ଶହ ପୃଷ୍ଠାର ରିପୋର୍ଟରେ ଉଲ୍ଲେଖ । ଆଜି ବସିବାକୁ ଥିବା ବୈଠକରେ ବିଧିବଦ୍ଧ ସୂଚନା ଜାରି ହୋଇପାରେ । ବନ୍ଧୁ ବ୍ୟବସାୟୀଙ୍କୁ ସଂସଦର ଲଗ୍‌ ଇନ ପାସୱାର୍ଡ ଦେବା ଅଭିଯୋଗ ରହିଛି । ମହୁଆ ମୋଇତ୍ରଙ୍କ ବିରୋଧରେ ଆସିଥିବା ଦୁର୍ନୀତି ଅଭିଯୋଗର ତଦନ୍ତ କରିବାକୁ ଲୋକପାଳ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ।

ବିଜେପି ସାଂସଦ ନିଶିକାନ୍ତ ଦୁବେ ଏନେଇ ନିଜ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି । ବ୍ୟବସାୟୀ ଦର୍ଶନ ହୀରାନନ୍ଦରନୀଙ୍କ ଠାରୁ ଟଙ୍କା ନେଇ ମହୁଆ ସଂସଦରେ ଆଦାନି ପ୍ରସଙ୍ଗରେ ପ୍ରଶ୍ନ ପଚାରିଥିବା ଅଭିଯୋଗ ଆଣିଥିଲେ ନିଶିକାନ୍ତ । ଏନେଇ ସଂସଦର ଏଥିକ୍ସ କମିଟି ମହୁଆଙ୍କୁ ଜେରା କରିବା ପରେ ଏବେ ମାମଲାରେ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଲୋକପାଳ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ