ସେମିଫାଇନାଲରେ କିଏ କରିବ ଏଣ୍ଟ୍ରି, ଆଜି ଶ୍ରୀଲଙ୍କାକୁ ଟକ୍କର ଦବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କିଏ ମାରିବ ବାଜି । ସେମିଫାଇନାଲ କିଏ କରିବ ଏଣ୍ଟ୍ରି । ଚତୁର୍ଥ ଦଳ ଭାବେ କିଏ ପାଇବ ସେମି ଟିକଟ । ସେମି ଟିକଟ ଆଶା ପକ୍କା କରିବାକୁ ଆଜି ଶ୍ରୀଲଙ୍କା ସହ ମଇଦାନକୁ ଓହା୍ଲଇବ ନ୍ୟୁଜିଲାଣ୍ଡ । ସେମିର ୪ର୍ଥ ଦଳ ଦୌଡ଼ରେ ଏବେ ରହିଛନ୍ତି ନ୍ୟୁଜିଲାଣ୍ଡ, ପାକିସ୍ତାନ । ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ଯଦି ନିଜ ନିଜର ଶେଷ ମ୍ୟାଚ ଜିତନ୍ତି ତେବେ ନେଟ୍ ରନରେଟ ଅନୁସାରେ ୪ର୍ଥ ଦଳ ନିର୍ଦ୍ଧାରଣ ହେବ । ବର୍ତ୍ତମାନର ରନରେଟ ଅନୁସାରେ ନ୍ୟୁଜିଲାଣ୍ଡ ପାକିସ୍ତାନଠାରୁ ଆଗୁଆ ରହିଛି ।

ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ନ୍ୟୁଜିଲାଣ୍ଡ ନିଜର ଶେଷ ଲିଗ୍ ମ୍ୟାଚ ଶ୍ରୀଲଙ୍କା ବିପକ୍ଷରେ ଖେଳିବ । ଆଜି ନ୍ୟୁଜିଲାଣ୍ଡ ବିଜୟୀ ହେଲେ ସେମିଫାଇନାଲ ରେସରେ ସବୁଠୁ ଆଗରେ ରହିବ । ମାତ୍ର ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ନିକଟରୁ ପରାଜିତ ହେଲେ ପାକିସ୍ତାନ ଶେଷ ମ୍ୟାଚରେ ଇଂଲଣ୍ଡକୁ ହରାଇ ସେମିଫାଇନାଲରେ ପହଞ୍ଚିପାରିବ । କିନ୍ତୁ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ମ୍ୟାଚରେ ବର୍ଷା ସମ୍ଭାବନା ରହିଛି, ଯଦି ବର୍ଷା ହୁଏ ତେବେ ନ୍ୟୁଜିଲାଣ୍ଡକୁ ଏକ ପଏଣ୍ଟ ମିଳିବ । ଯାହା ପାକିସ୍ତାନ ଓ ଆଫଗାନିସ୍ତାନର ସେମିଫାଇନାଲ ସମ୍ଭାବନାକୁ ଆହୁରି ବଳ ଯୋଗାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ