Masthead

ସେମିଫାଇନାଲରେ କିଏ କରିବ ଏଣ୍ଟ୍ରି, ଆଜି ଶ୍ରୀଲଙ୍କାକୁ ଟକ୍କର ଦବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କିଏ ମାରିବ ବାଜି । ସେମିଫାଇନାଲ କିଏ କରିବ ଏଣ୍ଟ୍ରି । ଚତୁର୍ଥ ଦଳ ଭାବେ କିଏ ପାଇବ ସେମି ଟିକଟ । ସେମି ଟିକଟ ଆଶା ପକ୍କା କରିବାକୁ ଆଜି ଶ୍ରୀଲଙ୍କା ସହ ମଇଦାନକୁ ଓହା୍ଲଇବ ନ୍ୟୁଜିଲାଣ୍ଡ । ସେମିର ୪ର୍ଥ ଦଳ ଦୌଡ଼ରେ ଏବେ ରହିଛନ୍ତି ନ୍ୟୁଜିଲାଣ୍ଡ, ପାକିସ୍ତାନ । ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ଯଦି ନିଜ ନିଜର ଶେଷ ମ୍ୟାଚ ଜିତନ୍ତି ତେବେ ନେଟ୍ ରନରେଟ ଅନୁସାରେ ୪ର୍ଥ ଦଳ ନିର୍ଦ୍ଧାରଣ ହେବ । ବର୍ତ୍ତମାନର ରନରେଟ ଅନୁସାରେ ନ୍ୟୁଜିଲାଣ୍ଡ ପାକିସ୍ତାନଠାରୁ ଆଗୁଆ ରହିଛି ।

ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ନ୍ୟୁଜିଲାଣ୍ଡ ନିଜର ଶେଷ ଲିଗ୍ ମ୍ୟାଚ ଶ୍ରୀଲଙ୍କା ବିପକ୍ଷରେ ଖେଳିବ । ଆଜି ନ୍ୟୁଜିଲାଣ୍ଡ ବିଜୟୀ ହେଲେ ସେମିଫାଇନାଲ ରେସରେ ସବୁଠୁ ଆଗରେ ରହିବ । ମାତ୍ର ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ନିକଟରୁ ପରାଜିତ ହେଲେ ପାକିସ୍ତାନ ଶେଷ ମ୍ୟାଚରେ ଇଂଲଣ୍ଡକୁ ହରାଇ ସେମିଫାଇନାଲରେ ପହଞ୍ଚିପାରିବ । କିନ୍ତୁ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ମ୍ୟାଚରେ ବର୍ଷା ସମ୍ଭାବନା ରହିଛି, ଯଦି ବର୍ଷା ହୁଏ ତେବେ ନ୍ୟୁଜିଲାଣ୍ଡକୁ ଏକ ପଏଣ୍ଟ ମିଳିବ । ଯାହା ପାକିସ୍ତାନ ଓ ଆଫଗାନିସ୍ତାନର ସେମିଫାଇନାଲ ସମ୍ଭାବନାକୁ ଆହୁରି ବଳ ଯୋଗାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର