ଅନଲାଇନ ଗେମ ନେଲା ଜୀବନ

ସୋର (ବଡ଼ ଖବର ବ୍ୟୁରୋ): ସୋର ଥାନା ବାହାନଗା ବ୍ଲକ କୁଚିଆକୋଇଲି ଅରଡ଼ା ଗ୍ରାମର ଜଣେ କଲେଜ ପଢୁଆ ଛାତ୍ର ଅନଲାଇନ ଗେମ ଖେଳି ଜୀବନ ହାରିଥିବା ଜଣାପଡିଛି। ଛାତ୍ର ଜଣଙ୍କ ହେଲେ ଗ୍ରାମର ଶରତ ଚନ୍ଦ୍ର ମଳିକଙ୍କ ସାନ ପୁଅ ଆଶିଷ କୁମାର ମଳିକ। ଆଶିଷ ଅନନ୍ତପୁର ସାରସ୍ୱତ ମହାବିଦ୍ୟାଳୟର ଯୁକ୍ତ ଦୁଇର ଛାତ୍ର ଥିଲେ। ଗତକାଲି କଲେଜରୁ ଫେରିବା ପରେ ଘରଭିତରେ କବାଟ ବନ୍ଦ କରି ରହିଥିଲେ।

ତାଙ୍କ ମାଆ ଖାଇବା ପାଇଁ ଡାକିବା ବେଳେ ସେ କବାଟ ଖୋଲିନଥିଲେ। କିନ୍ତୁ ପରିବାର ଲୋକେ ଓ ଗ୍ରାମବାସୀମାନେ କବାଟ ଭାଙ୍ଗି ଆଶିଷକୁ ବେକରେ ରଶୀ ଲାଗି ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରି ସୋର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ଆଶିଷକୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଂଚି ଶବ ଜବତ କରି ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’