ବୋରୱେଲରୁ ଉଦ୍ଧାର ହୋଇଥିବା ବୃଦ୍ଧାଙ୍କ ମୃତ୍ୟୁ

ସୋନପୁର (ବଡ଼ ଖବର ବ୍ୟୁରୋ): ବୋରୱେଲରୁ ଉଦ୍ଧାର ହୋଇଥିବା ବୃଦ୍ଧା ମୃତ । ସୋନପୁର ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ବୋରୱେଲରୁ ଉଦ୍ଧାର ପରେ ବୃଦ୍ଧା ଜଣଙ୍କୁ ସୋନପୁର ସରକାରୀ ଡାକ୍ତରଖାନାକୁ ନିଆ ଯାଇଥିଲା । ଡାକ୍ତର ସେଠାରେ ଦୁଃଖି ନାୟକଙ୍କ ମୃତ ଘୋଷଣା କରିଛନ୍ତି ।

ଆଜି ସକାଳେ ପରିତ୍ୟକ୍ତ ବୋରୱେଲରେ ପଡ଼ି ଯାଇଥିଲେ ବୃଦ୍ଧା । ଡିପ୍ ବୋରଓ୍ବେଲରେ ୨୦ ଫୁଟ ତଳେ ପଡ଼ିଯାଇଥିଲେ ବୃଦ୍ଧା । ଖବର ପାଇ ସୋନପୁର ଓ ତରଭା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ବୃଦ୍ଧା ପଡ଼ିଥିବା ଗାତ ଭିତରେ ଏକ ବିଷଧର ସାପ ମଧ୍ୟ ରହିଥିଲା । ବୃଦ୍ଧା ଜଣଙ୍କ ଖଲିଆପାଲି ପଞ୍ଚାୟତ ଗୋବିନ୍ଦପୁର ଗାଁର ଦୁଃଖୀ ନେଗୀ । ଗତକାଲି ବୃଦ୍ଧା ଜଣକ ନିଜ ଝିଅ ଘରକୁ ଆସିଥିବା ବେଳେ ଏହି ଅଘଟଣ ଘଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ