Masthead

‘ପଶ୍ଚିମ ଓଡ଼ିଶାକୁ ଅଣଦେଖା କରୁଛନ୍ତି ସରକାର, ଯଦି ରାଜ୍ୟ ଭାଗ ଭାଗ ହୁଏ ତାହେଲେ ସରକାର ଦାୟୀ ହେବେ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମ ଓଡ଼ିଶାକୁ ଅବହେଳା କରାଯାଉଥିବା କଥା ଉଠାଇଲେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର । ସବୁବେଳେ ସବୁ କ୍ଷେତ୍ରରେ ସରକାର ପଶ୍ଚିମ ଓଡ଼ିଶାକୁ ଅବହେଳା କରି ଆସୁଛନ୍ତି ଯଦି ରାଜ୍ୟ ଭାଗ ଭାଗ ହୁଏ ତାହେଲେ ସରକାର ଦାୟୀ ହେବେ ବୋଲି କହିଛନ୍ତି ନରସିଂହ । ସେ କହିଛନ୍ତି ରାଜ୍ୟ ସରକାର ପଶ୍ଚିମ ଓଡ଼ିଶାକୁ ଅବହେଳା କରୁଛନ୍ତି, ଟଙ୍କା ମଞ୍ଜୁର ହୋଇଥିଲେ ବି ରିଲିଜ କରାଯାଉନାହିଁ । ଶିକ୍ଷା, ସ୍ୱାସ୍ଥ୍ୟ, ସିନେମା, କଳା, ନିଯୁକ୍ତି, ରୋଜଗାର ଆଦି କ୍ଷେତ୍ରରେ ଓଡ଼ିଶାକୁ ଅବହେଳା କରାଯାଉଥିବା ସେ ଅଭିଯୋଗ ଆଣିଛନ୍ତି । ଯଦି ସରକାର ପଶ୍ଚିମ ଓଡ଼ିଶାର ବିକାଶ ନକରନ୍ତି ତେବେ ରାଜ୍ୟ ଭାଗ ହୋଇ ଦୁଇଟା ରାଜ୍ୟ ହେବ । ଏଥିପାଇଁ ସରକାର ଦାୟୀ ରହିବେ ।

ଛତିଶଗଡର ଉଦାହରଣ ଦେଇ ନରସିଂହ କହିଛନ୍ତି, ମଧ୍ୟପ୍ରଦେଶ ଯେତେବେଳେ ବିଭାଜିତ ହୋଇନଥିଲା, ସେତେବେଳେ ରାଇପୁରରେ ହାଇକୋର୍ଟର ସ୍ଥାୟୀ ବେଂଚ ଗଠନ ପାଇଁ ଦାବି ହେଉଥିଲା । କିନ୍ତୁ ମଧ୍ୟପ୍ରଦେଶ ସରକାର ଏହାକୁ ଅଣଦେଖା କରିବାକୁ ଛତିଶଗଡ଼ ବିଭାଜନ ହୋଇଥିଲା । ପଶ୍ଚିମ ଓଡ଼ିଶାର ଦାବିକୁ ଅଣଦେଖା କଲେ ଓଡ଼ିଶା ଦୁଇଭାଗ ହୋଇଯିବ ବୋଲି କହିଛନ୍ତି ନରସିଂହ । ସେପଟେ ୧୮ ତାରିଖରେ ହେବାକୁ ଥିବା ପଶ୍ଚିମ ଓଡ଼ିଶା ବନ୍ଦ ଡାକରାକୁ ସମର୍ଥନ କରିବା ସହ ଏହାକୁ ସଫଳ କରିବାକୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା