Masthead

ନିହାର ରଞ୍ଜନ ସ୍ୱାଇଁଙ୍କୁ ‘ସର୍ବୋଦୟ ସେବା ସମ୍ମାନ-୨୦୨୩’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିହାର ରଞ୍ଜନ ସ୍ୱାଇଁଙ୍କୁ ‘ସର୍ବୋଦୟ ସେବା ସମ୍ମାନ-୨୦୨୩’ । ଭାରତ ରତ୍ନ ଆଚାର୍ଯ୍ୟ ବିନୋବା ଭାବେଙ୍କ ୪୧ ତମ ପୁଣ୍ୟ ତିଥିରେ ଭାରତ ନିର୍ବାଚନ ଆୟୋଗର ପୂର୍ବତନ ଉପଦେଷ୍ଟା ଡକ୍ଟର ଭଗବାନ ପ୍ରକାଶଙ୍କ ସଭାପତିତ୍ୱରେ “ବିଶ୍ୱାଶାନ୍ତି ଓ ଜୟ ଜଗତ” ଶୀର୍ଷକ ଏକ ଜାତୀୟ ସ୍ତରୀୟ ଆଲୋଚନାଚକ୍ର ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡେମୀରେ ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରରେ ସମ୍ମାନୀୟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ ବିଶେଷ ଅତିଥି ଭାବରେ ଯୋଗ ଦେଇଥିଲେ । ଜୟଦେବର ବିଧାୟକ ଅରବିନ୍ଦ ଢ଼ାଲି ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । JEHOOVAH NEWSର ଏମଡ଼ି ନୃସିଂହ ନାଥ ନନ୍ଦ ସମ୍ମାନୀୟ ଅତିଥି ଭାବରେ ଯୋଗଦେଇଥିଲେ । ପିପିଲିର ପୂର୍ବତନ ବିଧାୟକ ସ୍ୱର୍ଗତ ଯୁଧିଷ୍ଠିର ସାମନ୍ତରାୟଙ୍କ ଜ୍ୱାଇଁ ନିହାର ରଞ୍ଜନ ସ୍ୱାଇଁଙ୍କୁ “ସର୍ବୋଦୟ ସେବା ସମ୍ମାନ-୨୦୨୩” ରେ ସମ୍ମାନିତ କରାଯାଇଥିଲା ।

ସମାଜସେବୀ ତଥା ପରିବେଷବିତ ନିହାର ସମାଜ ସେବା, ସାମାଜିକ ସଚେତନତା କାର୍ଯ୍ୟକ୍ରମ, ବୃକ୍ଷ ରୋପଣ, ପରିବେଶ ସୁରକ୍ଷା ଓ ସ୍ୱଚ୍ଛ ପରିବେଶ କାର୍ଯ୍ୟକ୍ରମ, ସ୍ୱାସ୍ଥ୍ୟ ଶିବିର, ରକ୍ତଦାନ ଶିବିର, ଖାଦ୍ୟ ବିତରଣ, ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ ଆଦି ଅନେକ ସମାଜ କଲ୍ୟାଣ ମୂଳକ କାର୍ଯ୍ୟରେ ନିଜକୁ ସର୍ବଦା ନିୟୋଜିତ କରିଛନ୍ତି । ଶ୍ରୀଯୁକ୍ତ ସ୍ୱାଇଁ ଅନେକ ରକ୍ତଦାନ ଶିବିର ଆୟୋଜନ କରିବା ସହ ନିଜେ ପ୍ରାୟ ୨୦ ଥର ରୁ ଅଧିକ ଥର ରକ୍ତଦାନ କରିଛନ୍ତି । ବିନୋବା ସେବା ପ୍ରତିଷ୍ଠାନ ଓ ଗାନ୍ଧୀ ଗ୍ଲୋବାଲ ଫାଉଣ୍ଡେସନର ମିଳିତ ସହଯୋଗରେ ଆୟୋଜିତ ଏହି ଜାତୀୟ ସ୍ତରୀୟ ଆଲୋଚନା ଚକ୍ରକୁ ସାଧାରଣ ସଚିବ ମନୋଜ ଜେନା ଏବଂ କାର୍ଯ୍ୟକ୍ରମ ସଂଯୋଜକ କାଳୀ ଚରଣ ସିଂ ପ୍ରମୁଖ ସୁଚାରୁରୂପେ ପରିଚାଳନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି