Masthead

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ ନିର୍ବାଚନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ହେବ ବିଧାନସଭା ନିର୍ବାଚନ। ମଧ୍ୟପ୍ରଦେଶର ସମସ୍ତ ୨୩୦ଟି ଆସନ ପାଇଁ ଆଜି ଗୋଟିଏ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ। ସେପଟେ ଛତିଶଗଡ ବିଧାନସଭା ପାଇଁ ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଉଭୟ ରାଜ୍ୟରେ ଆଜି ବହୁ ହେଭିୱେଟ ନେତାଙ୍କ ଭାଗ୍ୟର ଫଇସଲା ହେବ । ମଧ୍ୟପ୍ରଦେଶରେ ମୋଟ ୨୩୦ ବିଧାନସଭା ଆସନ ପାଇଁ ଗୋଟିଏ ପର୍ୟ୍ୟାୟରେ ଭୋଟ ପଡିବ । ମୋଟ ୨ ହଜାର ୫୩୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର ।

ମଧ୍ୟପ୍ରଦେଶରେ ୬୪ହଜାର ୬୨୬ ମତଦାନ କେନ୍ଦ୍ରରେ ୫କୋଟି ୬୦ହଜାର ମତଦାତା ମତ ସାବ୍ୟସ୍ତ କରିବେ । ବିଜେପି ଓ କଂଗ୍ରେସ ସମସ୍ତ ଆସନରେ ଜୋରଦାର ଟକ୍କର ହେବ ବୋଲି ଆକଳନ କରାଯାଉଛି । ବିଏସପି ୧୮୧ ଆସନ, ସମାଜବାଦୀ ପାର୍ଟି ୭୧ ଆସନ ଓ ଆମଆଦମୀ ପାର୍ଟି ୬୬ ଆସନରେ ଲଢ଼ିବେ । ସକାଳ ୭ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ପଡିବ ଭୋଟ । ବିଭିନ୍ନ ପୋଲିଂ ବୁଥରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏପଟେ ଛତିଶଗଡରେ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ପଡିବ ଭୋଟ ।

ନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ରାଜନୈତିକ ଦଳଗୁଡ଼ିକ ନିଜର ମଜବୁତ ରଣନୀତି କରିଥିଲେ । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ କମଳନାଥଙ୍କ ଭାଗ୍ୟର ଫଇସଲା ବି ଆଜି ହେବ । ଅପରପକ୍ଷେ, ଛତିଶଗଡ଼ରେ ହେବାକୁ ଥିବା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ଉପମୁଖ୍ୟମନ୍ତ୍ରୀ, ରାଜ୍ୟର ୮ ମନ୍ତ୍ରୀ ଓ ୪ ସାଂସଦଙ୍କ ସମେତ ୯୫୮ ଆଶାୟୀଙ୍କ ଭାଗ୍ୟର ଫଇସଲା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା