Masthead

୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତର ରୂପ ନେବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାର ଅନେକ ସ୍ଥାନରେ ପ୍ରବଳ କିମ୍ବା ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅତି ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ନେଇ ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ଏବଂ ଆସନ୍ତାକାଲି ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ଏବଂ ସମୟ ସମୟରେ ୫୦କିମି ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା