Masthead

ବନ୍ଧୁକ ଲଗାଇ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ଧୁକ ଲାଗାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା । ବାଲେଶ୍ୱର ଜିଲ୍ଲା ଖନ୍ତାପଡା ଥାନା ସଲଟରୋଡ କଣ୍ଟିଆଚିରା ପୋଲ ନିକଟରେ ଘଟିଛି ଏହି ଘଟଣା । ବିଳମ୍ବିତ ରାତିରେ ଜଣେ ସିମେଣ୍ଟ ଗୋଦାମ କର୍ମଚାରୀଙ୍କ ନିକଟରୁ ଲୁଟ ହୋଇଥିବା ଖନ୍ତାପଡ଼ା ଥାନାରେ ଅଭିଯୋଗ ହୋଇଛି । ସୋରରୁ ଓଁ ନମଃ ଶିବାୟ ଏଣ୍ଟରପ୍ରାଇଜେସ ସିମେଣ୍ଟ ଦୋକାନର ଜଣେ କର୍ମଚାରୀ ଲୁଟର ଶିକାର ହୋଇଛନ୍ତି ।

ସୋର ଅଞ୍ଚଳର ଦିଲ୍ଲୀପ କୁମାର ଦାସ ବାକି ଟଙ୍କା କଲେକ୍ସନ ପାଇଁ ଯାଇଥିଲେ। ଟଙ୍କା କଲେକ୍ସନ ସାରି ବିଳମ୍ବିତ ରାତିରେ ବାଇକଯୋଗେ କର୍ମଚାରୀ ଜଣକ ସୋର ଅଭିମୁଖେ ଫେରୁଥିବା ବେଳେ ଖନ୍ତାପଡ଼ା ଥାନା କାନକଟା କଣ୍ଟିଆଚିରା ପୋଲ ନିକଟରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ଅଟକାଇଥିଲେ। ବନ୍ଧୁକ ଓ ମାରଣାସ୍ତ୍ର ଲଗାଇ ଦୁଇଟି ସୁନା ମୁଦି, ଦୁଇଟି ମୋବାଇଲ, ମଟର ସାଇକେଲ ସହିତ ପାଖରେ ଥିବା ୪ଲକ୍ଷ୮୦ହଜାର ନେଇଯାଇଥିବାର ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ