Masthead

୮ଦିନ ହେଲା ଟନେଲରେ ପଶିଛନ୍ତି ୪୧ ଶ୍ରମିକ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ୮ଦିନ ହେଲା ଟନେଲରେ ପଶିଛନ୍ତି ୪୧ ଶ୍ରମିକ । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସୁଡଙ୍ଗ ଉପରୁ ଖନନ ପାଇଁ ଚାଲିଛି ଯୋଜନା । ଆଜି ଘଟଣାସ୍ଥଳକୁ ଯାଇପାରନ୍ତି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡକରୀ । ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅପରେସନ ଜିନ୍ଦଗୀ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି ସ୍ଥାନୀୟ ସରକାର । ଏଥିପାଇଁ ଅଷ୍ଟ୍ରେଲିଆର ଜଣେ ମାଇକ୍ରୋ ଟନେଲ ବିଶେଷଜ୍ଞ ଉତରକାଶୀ ପହଂଚିସାରିଛନ୍ତି । ଯୋଜନା ଅନୁସାରେ ଟନେଲ ଉପରୁ କଟାଯାଇ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରାଯିବ । ଟନେଲ ଭିତରୁ ଶ୍ରମିକଙ୍କୁ ଏୟାରଲିଫି୍ଟ କରିବାକୁ ଯୋଜନା ରହିଛି । ପ୍ଲାନ୍-ବି ପାଇଁ ରେଲୱେ ଓ ନରୱେର ଏକ୍ସପର୍ଟ ଟିମ୍ ମଧ୍ୟ କାମ କରୁଥିବା ଜଣାଯାଇଛି ।

ସେପଟେ ଉଦ୍ଧାର କାର୍ଯ୍ୟ ପାଇଁ ଇନେ୍ଦାରରୁ ଆସିଲା ଆଧୁନିକ ଯନ୍ତ୍ରପାତି । ଫଶିଥିବା ଶ୍ରମିକଙ୍କନିକଟରେ ପହଂଚିବାକୁ ୬୦ ମିଟର ଡି୍ରିଲିଂର ଆବଶ୍ୟକତା ରହିଥିବା ବେଳେ ବର୍ତମାନ ସୁଦ୍ଦା ପାଖାପାଖି ଅଧା ଡି୍ରଲିଂ ଶେଷ ହୋଇଛି । ଶ୍ରମିକଙ୍କୁ ଉଦଯଧାର କରିବାକୁ ପାଇପ ବ୍ୟବାହର କରାଯାଇ ସଂକୀର୍ଣ୍ଣ ରାସ୍ତା ନିର୍ମାଣ କରାଯାଇଛି । ପଶି ରହିଥିବା ସମସ୍ତ ଶ୍ରମିକ ଶାରୀରିକ ଓ ମାନସିକ ଦୃହ୍ଟିରୁ ସୁସ୍ଥ ଥିବା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଧିକାରୀ/ମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼