Masthead

୮ଦିନ ହେଲା ଟନେଲରେ ପଶିଛନ୍ତି ୪୧ ଶ୍ରମିକ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ୮ଦିନ ହେଲା ଟନେଲରେ ପଶିଛନ୍ତି ୪୧ ଶ୍ରମିକ । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସୁଡଙ୍ଗ ଉପରୁ ଖନନ ପାଇଁ ଚାଲିଛି ଯୋଜନା । ଆଜି ଘଟଣାସ୍ଥଳକୁ ଯାଇପାରନ୍ତି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡକରୀ । ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅପରେସନ ଜିନ୍ଦଗୀ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି ସ୍ଥାନୀୟ ସରକାର । ଏଥିପାଇଁ ଅଷ୍ଟ୍ରେଲିଆର ଜଣେ ମାଇକ୍ରୋ ଟନେଲ ବିଶେଷଜ୍ଞ ଉତରକାଶୀ ପହଂଚିସାରିଛନ୍ତି । ଯୋଜନା ଅନୁସାରେ ଟନେଲ ଉପରୁ କଟାଯାଇ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରାଯିବ । ଟନେଲ ଭିତରୁ ଶ୍ରମିକଙ୍କୁ ଏୟାରଲିଫି୍ଟ କରିବାକୁ ଯୋଜନା ରହିଛି । ପ୍ଲାନ୍-ବି ପାଇଁ ରେଲୱେ ଓ ନରୱେର ଏକ୍ସପର୍ଟ ଟିମ୍ ମଧ୍ୟ କାମ କରୁଥିବା ଜଣାଯାଇଛି ।

ସେପଟେ ଉଦ୍ଧାର କାର୍ଯ୍ୟ ପାଇଁ ଇନେ୍ଦାରରୁ ଆସିଲା ଆଧୁନିକ ଯନ୍ତ୍ରପାତି । ଫଶିଥିବା ଶ୍ରମିକଙ୍କନିକଟରେ ପହଂଚିବାକୁ ୬୦ ମିଟର ଡି୍ରିଲିଂର ଆବଶ୍ୟକତା ରହିଥିବା ବେଳେ ବର୍ତମାନ ସୁଦ୍ଦା ପାଖାପାଖି ଅଧା ଡି୍ରଲିଂ ଶେଷ ହୋଇଛି । ଶ୍ରମିକଙ୍କୁ ଉଦଯଧାର କରିବାକୁ ପାଇପ ବ୍ୟବାହର କରାଯାଇ ସଂକୀର୍ଣ୍ଣ ରାସ୍ତା ନିର୍ମାଣ କରାଯାଇଛି । ପଶି ରହିଥିବା ସମସ୍ତ ଶ୍ରମିକ ଶାରୀରିକ ଓ ମାନସିକ ଦୃହ୍ଟିରୁ ସୁସ୍ଥ ଥିବା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଧିକାରୀ/ମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ