Masthead

ମଧ୍ୟାହ୍ନ ଭୋଜନରେ ପୋକ, ଖାଦ୍ୟ ନ ଖାଇ ଘରକୁ ଫେରିଲେ ଛାତ୍ରଛାତ୍ରୀ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ):ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ସରକାର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବା ସହିତ ବିଭିନ୍ନ ସରକାରୀ ସହାୟତା ଯୋଗାଉଛନ୍ତି। କିନ୍ତୁ କେଉଁଠି ମଧ୍ୟାହ୍ନ ଭୋଜନ ଖାଦ୍ୟରେ ପୋକ ସାଲୁବାଲୁ ତ କେଉଁଠି ଚାଉଳରେ ପୋକ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ପରମାନନ୍ଦ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ଏହି ବିଦ୍ୟାଳୟର ମଧ୍ୟାହ୍ନ ଭୋଜନରୁ ପୋକ ବାହାରୁଥିବା ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ ।

ଛାତ୍ରଛାତ୍ରୀମାନେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ସୋୟାବଡ଼ି ତରକାରୀରେ ପୋକ ଦେଖି ଘରକୁ ଫେରି ଯାଇଥିଲେ। ଏହି ଘଟଣାରେ ଉତ୍ୟକ୍ତ ହୋଇ ଆଜି ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ ଆନ୍ଦୋଳନ କରିଥିଲେ। ଖବର ପାଇ ଚାନ୍ଦବାଲି ବ୍ଲକ ଶିକ୍ଷା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଉତ୍ୟକ୍ତ ଲୋକମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେକୃଷ୍ଣ ଜେନାଙ୍କ ବିରୁଦ୍ଧରେ ଅଭିଯୋଗ କରିଥିଲେ। ପୂର୍ବରୁ ଅନେକ ଥର ଏଭଳି ଘଟଣା ଘଟିଥିବାର ଅଭିଯୋଗ କରିଛନ୍ତି ଅବିଭାବକ । ପ୍ରଧାନଶିକ୍ଷକ ହରେକୃଷ୍ଣ ଜେନା ଅଭିଯୋଗକୁ ଖଣ୍ଡନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ