Masthead

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି।କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ