Masthead

ନାକଟିଦେଉଳ ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର

ନାକଟିଦେଉଳ (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବନାଞ୍ଚଳ ବାଟଗାଁ ଫରେଷ୍ଟ ଅନ୍ତର୍ଗତ ସାଲେଭଟା ପଞ୍ଚାୟତର କୁନ୍ଦେଇଜୁରୀ ଜଙ୍ଗଲରୁ ବନ ବିଭାଗ ଏକ ହାତୀର ମୃତ ଦେହ ଉଦ୍ଧାର କରିଛି । କୁନ୍ଦେଇଜୁରୀ ଗ୍ରାମଠାରୁ ପ୍ରାୟ ଦୁଇ ଶହ ମିଟର ଦୂର ଖାସଡ଼ା ଜଙ୍ଗଲରେ ଏକ ହାତୀ ମରି ପଡ଼ିଥିବା ଜଣାପଡିବା ପରେ ବନ ବିଭାଗର ଅଧିକାରୀ ମାନେ ଘଟଣା ସ୍ଥଳରେ ପହଂଚି ଦନ୍ତା ହାତୀର ମୃତ ଦେହକୁ ଜବତ କରିବା ସହ ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛନ୍ତି । ଗତ କିଛି ଦିନ ହେଲା ଏହି ଅଂଚଳରେ ହାତୀଟି ଧାନ କ୍ଷେତରେ ପଶି ପାଚିଲା ଧାନ ସବୁ ଖାଇଯିବା ସହ ବ୍ୟାପକ କ୍ଷୟକ୍ଷତି ଘଟାଇ ଆସୁଥିଲା । ଏପରି ପରିସ୍ଥିତିରେ ଏହି ହାତୀର ମୃତ୍ୟୁକୁ ନେଇ ସାଧାରଣରେ ପ୍ରଶ୍ନ ଉଙ୍କି ମାରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି