Masthead

ନାକଟିଦେଉଳ ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର

ନାକଟିଦେଉଳ (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବନାଞ୍ଚଳ ବାଟଗାଁ ଫରେଷ୍ଟ ଅନ୍ତର୍ଗତ ସାଲେଭଟା ପଞ୍ଚାୟତର କୁନ୍ଦେଇଜୁରୀ ଜଙ୍ଗଲରୁ ବନ ବିଭାଗ ଏକ ହାତୀର ମୃତ ଦେହ ଉଦ୍ଧାର କରିଛି । କୁନ୍ଦେଇଜୁରୀ ଗ୍ରାମଠାରୁ ପ୍ରାୟ ଦୁଇ ଶହ ମିଟର ଦୂର ଖାସଡ଼ା ଜଙ୍ଗଲରେ ଏକ ହାତୀ ମରି ପଡ଼ିଥିବା ଜଣାପଡିବା ପରେ ବନ ବିଭାଗର ଅଧିକାରୀ ମାନେ ଘଟଣା ସ୍ଥଳରେ ପହଂଚି ଦନ୍ତା ହାତୀର ମୃତ ଦେହକୁ ଜବତ କରିବା ସହ ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛନ୍ତି । ଗତ କିଛି ଦିନ ହେଲା ଏହି ଅଂଚଳରେ ହାତୀଟି ଧାନ କ୍ଷେତରେ ପଶି ପାଚିଲା ଧାନ ସବୁ ଖାଇଯିବା ସହ ବ୍ୟାପକ କ୍ଷୟକ୍ଷତି ଘଟାଇ ଆସୁଥିଲା । ଏପରି ପରିସ୍ଥିତିରେ ଏହି ହାତୀର ମୃତ୍ୟୁକୁ ନେଇ ସାଧାରଣରେ ପ୍ରଶ୍ନ ଉଙ୍କି ମାରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ