Masthead

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୦ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆଜି ଦିନ ୧୧ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହେବ । ବିଭିନ୍ନ ପ୍ରସଙ୍ଗକୁ ନେଇ ବିଧାନସଭା ହୁଲୁସ୍ତୁଲୁ କରିବେ ବିରୋଧୀ । ଏନେଇ ପ୍ରାକ ପ୍ରସ୍ତୁତି ଆରମ୍ଭ କରିଛନ୍ତି କଂଗ୍ରେସ ଓ ବିଜେପି । ସେପଟେ ବିରୋଧୀଙ୍କୁ ମୁକାବିଲା କରିବା ଲାଗି ଯୋଜନା କରିଛି ଶାସକ ଦଳ । ସେପଟେ ମୁଖ୍ୟମନ୍ତ୍ରୀ  ଗୃହରେ ଶୋକ ପ୍ରସ୍ତାବ ଆଗତ କରିବେ ।

ପଞ୍ଚାୟତିରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରଶ୍ନକାଳ ରହିଛି । ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ମଧ୍ୟ ପଚାରିପାରିବେ । ବିଧାନସଭା ଅଧିବେଶନ ପୂର୍ବରୁ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇସାରିଛି । ସର୍ବଦଳୀୟ ବୈଠକର ନିଷ୍ପତ୍ତି ଅନୁସାରେ ଗୃହକାର୍ଯ୍ୟ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା