Masthead

ଆଜି ରାଷ୍ଟ୍ରପତିଙ୍କ ପାହାଡପୁର ଗସ୍ତ, ୩ଟି ଟ୍ରେନର ଶୁଭାରମ୍ଭ ସହ ଟ୍ରେନରେ କରିବେ ଯାତ୍ରା

ବାରିପଦା(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପରିବାର ଲୋକଙ୍କ ସହ ରାଇରଙ୍ଗପୁରରେ ରାତ୍ରିଯାପନ କରିଛନ୍ତି । ଆଜି ପାହାଡପୁର ଓ ରାଇରଙ୍ଗପୁରରେ ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । କୁସୁମୀ ବ୍ଲକ ଅନ୍ତର୍ଗତ ପାହାଡ଼ପୁର ଗସ୍ତ କରି ଏସ୍‌.ଏଲ୍‌.ଏସ୍‌. ଆବାସିକ ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମ ଏବଂ ଏଲ୍‌ଆଣ୍ଡ୍‌ଟି କମ୍ପାନୀ ଦ୍ୱାରା ନବନିର୍ମିତ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବେ ରାଷ୍ଟ୍ରପତି। ଏଥିସହ ବାଦାମପାହାଡ଼ ରେଳ ଷ୍ଟେଶନରେ ନୂତନ ବାଦାମ ପାହାଡ଼- ସାଲିମାର, ବାଦାମ ପାହାଡ଼- ରାଉରକେଲା ଦ୍ରୁତଗାମୀ ଟ୍ରେନ ଏବଂ ବାଦାମ ପାହାଡ଼- ଟାଟାନଗର ମେମୋ ଟ୍ରେନ ସମେତ ୩ଟି ଟ୍ରେନ ଚଳାଚଳର ଶୁଭ ଉଦ୍‌ଘାଟନ କରିବେ ।

ପରେ ରାଇରଙ୍ଗପୁର ନୂଆ ପୋଷ୍ଟାଲ ଡିଭିଜନର ଶୁଭାରମ୍ଭ କରିବେ । ଏଥି ସହ ଡାକ ବିଭାଗ ଦ୍ୱାରା ସ୍ୱତନ୍ତ୍ର କଭର ଉନ୍ମୋଚନ କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପରେ ବାଦାମପାହାଡ଼ରୁ ରାଇରଙ୍ଗପୁର ରେଳ ଷ୍ଟେସନକୁ ଟ୍ରେନ ଯୋଗେ ଯାତ୍ରା କରି ସେଠାରୁ ହେଲିକପ୍ଟର ଯୋଗେ ସମ୍ୱଲପୁର ଅଭିମୁଖେ ଯାତ୍ରା କରିବେ। ସନ୍ଧ୍ୟା ୫ଟା ୪୫ରେ ସେ ମା’ ସମଲେଶ୍ବରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ। କାଲି ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ। ଏହାପରେ ସେଠାରୁ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ତ୍ତି ଗସ୍ତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା