Masthead

ଓଡ଼ିଶା ବିଧାନସଭାର ନୂଆ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାଲୁଗା ପ୍ରଧାନ ହେଲେ ବିଧାନସଭା ନୂଆ ଉପବାଚସ୍ପତି । ଉପବାଚସ୍ପତି ଭାବେ ସାଲୁଗା ପ୍ରଧାନ ନିଦ୍ୱନ୍ଦ୍ୱରେ ନିର୍ବାଚିତ ।  ଉପବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତ ବିରୋଧୀ ଓ ଶାସକ ଦଳର ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ସାଲୁଗା ପ୍ରଧାନ ।

ଗତକାଲି ଉପ-ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ ସାଲୁଗା ପ୍ରଧାନ । ନିଦ୍ୱନ୍ଦ୍ୱରେ ଉପ-ବାଚସ୍ପତିଙ୍କୁ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜି-ଉଦୟଗିରିର ବିଧାୟକ ହେଉଛନ୍ତି ସାଲୁଗା ପ୍ରଧାନ । ପୂର୍ବରୁ ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଉପବାଚସ୍ପତି ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କ ନାଁ ଘୋଷଣା କରିଥିଲା ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ