Masthead

କାର ଧକ୍କାରେ ୨ ମୃତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବସଷ୍ଟାଣ୍ଡ କଡରେ ଅପେକ୍ଷା କରିଥିବା ଦୁଇ ଜଣ ଯୁବକଙ୍କ ଉପରେ ମାଡିଗଲା କାର । ଘଟଣା ସ୍ଥଳରେ ଜଣଙ୍କର ମୃତୁ ହୋଇଥିବା ବେଳେ ଜଣେ ଆହତ ହୋଇଥିବା ସୂଚନା । ଏଭଳି ଘଟଣା ଘଟିଛି ପାଟପୁର ଥାନା ପୋଡାମାରି ବସଷ୍ଟାଣ୍ଡ ନିକଟରେ । ରାସ୍ତା କଡ଼ରେ ଠିଆ ହୋଇଥିବା ଲୋକଙ୍କ ଉପରେ ମାଡି ଯାଇଥିଲା କାର । ଦିଗପହଣ୍ଡିରୁ ଗଜପତି ଅଭିମୁଖେ ଯାଉଥିବା ଏକ କାର ପୋଡାମାରି ବସଷ୍ଟାଣ୍ଡ ନିକଟରେ ଧକ୍କା ଦେଇ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲା । ଖବର ପାଇ ସାନଖେମୁଣ୍ଡୀ ଅଗ୍ନିଶମ କର୍ମଚାରୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତୁ ଘୋଷଣା କରିଛନ୍ତି । ପାଟପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ବ କରିବା ସହ ଫେରାର କାରକୁ ଚିହ୍ନଟ ପାଇଁ ପାଇ ସିସିଟିଭି ଫୁଟେଜରୁ ଯାଞ୍ଚ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ