Masthead

ମାଣିକଙ୍କୁ ମିଳୁନି ପକ୍କାଘର

ନରସିଂହପୁର, (ବଡ଼ ଖବର ବ୍ୟୁରୋ): ବାଟ ହୁଡୁଛି ଆବାସ ଯୋଜନା । ଥିଲାବାଲାଙ୍କୁ ମିଳୁଛି ଆବାସ ଯୋଜନା । ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ୁଛି । କଟକ ଜିଲ୍ଲା ନରସିଂହପୁର ବ୍ଲକ କାନପୁର ପଞ୍ଚାୟତ ମାନପୁର ଗାଁରେ ଦେଖିବାକୁ ମିଳିଛି ଏହାର ଉଦାହରଣ ।

କାନପୁର ଗାଁର ମାଣିକ ପ୍ରଧାନ । ସ୍ୱାମୀ ବିନୋଦ ପ୍ରଧାନଙ୍କ ମୃତ୍ୟୁପରେ ପୁଅ- ଝିଅଙ୍କୁ ମଣିଷ କରିବା ପାଇଁ ପରଘରେ ମୂଲ ଲାଗୁଛନ୍ତି । ଝିଅକୁ ବାହା ଦେବା ପରେ ଏବେ ମା’ପୁଅ ଭଙ୍ଗା ଦଦରା ଘରେ ଜୀବନ କାଟୁଛନ୍ତି । ଝାଟିମାଟି ଚାଳଛପର ଘର କେତେବେଳେ ଯେ ଭୁଶୁଡି ପଡ଼ିବ କହିହେଉ ନାହିଁ । ଆବାସ ଯୋଜନାରେ ପକ୍କାଘର ଲାଗି ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ରାଜନେତାଙ୍କୁ ଗୁହାରି କରିଥିଲେ ସୁଦ୍ଧା ଫଳାଫଳ ଶୂନ । ନିରାଶ୍ରୟ ବିଧବା ମାଣିକଙ୍କୁ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି । ଆବାସ ଯୋଜନାରେ ପକ୍କାଘର ଖଣ୍ଡେ ମିଳିଲେ ବାକି ଜୀବନ କାଟି ଦିଅନ୍ତି ବୋଲି କହିଛନ୍ତି ମାଣିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼