Masthead

ରାଜ୍ୟପାଳଙ୍କ ଭୂମିକା ନିରପେକ୍ଷ ରହୁ: ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ରାଜ୍ୟପାଳଙ୍କୁ ବିଜେଡି ଟାର୍ଗେଟ କରିଛି । ଏନେଇ ବିଜେଡି ପକ୍ଷରୁ ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ରେ ସିଧାସଳଖ ଭାବେ ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଟାର୍ଗେଟ କରାଯାଇଛି । ଯେତେବେଳେ ଜଣେ ଓଡ଼ିଆଙ୍କୁ ରାଜ୍ୟପାଳ ପଦରେ ନିଯୁକ୍ତି ମିଳିଥାଏ, ସେ ଆସାମର ରାଜ୍ୟପାଳ ଭାବେ ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ହୁଅନ୍ତୁ, ଝାଡଖଣ୍ଡର ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କିମ୍ବା ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ, ଯିଏ କି ଏବେ ଛତିଶଗଡର ରାଜ୍ୟପାଳ ଅଛନ୍ତି, ଆମେ ସମସ୍ତେ ସବୁବେଳେ ଖୁସି ହୋଇଛୁ ବୋଲି କହିଛନ୍ତି ବିଜେଡି ସାଂସଦ ତଥା ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।

ତେବେ ଗତ କିଛି ଦିନ ହେବ ଦେଖିବାକୁ ମିଳୁଛି ଯେ ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ମତ ରଖିବା ଆରମ୍ଭ କରିଛନ୍ତି ଯାହା ତାଙ୍କଠାରୁ ଆଶା କରାଯାଉନାହିଁ କହିଛି ବିଜେଡି ।ବିଶ୍ୱଭୂଷଣ ହରିଚନ୍ଦନତାଙ୍କ ପୁଅ ପାଇଁ ଏକ ରାଜନୈତିକ ପଦବୀ ଖୋଜିବା ପାଇଁ ବ୍ୟଗ୍ର ଅଛନ୍ତି, ଯିଏ କି ତାଙ୍କ ଜୀବନରେ କେବେ ବି ନିର୍ବାଚନ ଜିତି ନାହାନ୍ତି ଏବଂ ପୌର ନିର୍ବାଚନରେ କାଉନସିଲରର ନିର୍ବାଚନ ମଧ୍ୟ ହାରିଛନ୍ତି କହିଛି ବିଜେଡି ।ମାନ୍ୟବର ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଠାରୁ ଆମେ ଆଶା କରୁଛୁ ଯେ ସେ ଓଡ଼ିଶା ଉପରେ ବିଭିନ୍ନ ପ୍ରସଙ୍ଗରେ ମତ ବ୍ୟକ୍ତ କରି ତାଙ୍କ ପଦର ମର୍ଯ୍ୟାଦା ଓ ସମ୍ମାନକୁ ହ୍ରାସ କରିବେ ନାହିଁ, ଯାହା ତାଙ୍କଠାରୁ ଆଶା କରାଯାଉନାହିଁ; ଏବଂ ଓଡ଼ିଶା ଭଳି ରାଜ୍ୟରେ ଏହା ପୂର୍ବରୁ କେବେ ବି ଦେଖିବାକୁ ମିଳିନଥିଲା । ଆସାମର ରାଜ୍ୟପାଳ ଥିବା ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଝାଡଖଣ୍ଡର ରାଜ୍ୟପାଳ ଥିବା ଶ୍ରୀ ଦ୍ରୌପଦୀ ମୁର୍ମୁଙ୍କ ଭଳି ଓଡ଼ିଆଙ୍କୁ ଓଡିଶା ଦେଖିଛି । ସେମାନେ ରାଜ୍ୟପାଳ ଥିଲେ ମଧ୍ୟ କେବେ ବି ଏପରି ଶବ୍ଦ ଉଚ୍ଚାରଣ କରିନଥିଲେ ଯାହା ସେମାନଙ୍କ ପଦ ଓ ମର୍ଯ୍ୟାଦା ପାଇଁ ଅନୁପଯୁକ୍ତ ବୋଲି ବିବେଚନା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା