Masthead

୪ ଦିନରେ ୫୦ ପଣବନ୍ଦୀଙ୍କୁ ମୁକ୍ତ କରିବାକୁ ଚୁକ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇସ୍ରାଏଲ-ହମାସ ମଧ୍ୟରେ ଗତକାଲିଠୁ ଅସ୍ତ୍ରବିରତି ଘୋଷଣା କରାଯାଇଛି । ସକାଳ ୧୦ଟାରୁ ଅସ୍ତ୍ରବିରତି ଆରମ୍ଭ ହୋଇଛି । ୪ ଦିନିଆ ଅସ୍ତ୍ରବିରତି ପାଇଁ ଉଭୟଙ୍କ ମଧ୍ୟରେ ଚୁକ୍ତି ହୋଇଛି । ତେବେ ଯୁଦ୍ଧ ବିରତି ଚୁକ୍ତି ଅନୁସାରେ ହମାସ ପ୍ରଥମ ପର୍ଯ୍ୟାୟରେ ୨୫ ଜଣ ପଣବନ୍ଦୀଙ୍କୁ ମୁକ୍ତ କରିଛି ହମାସ । ସେମାନଙ୍କ ମଧ୍ୟରେ ୧୨ ଜଣ ଥାଇଲାଣ୍ଡ ନାଗରିକ ଓ ୧୩ ଜଣ ଇସ୍ରାଏଲ ମହିଳା ଓ ଶିଶୁ ଅଛନ୍ତି । ଆଗକୁ ଆହୁରି ପଣବନ୍ଦୀଙ୍କୁ ହମାସ ମୁକ୍ତ କରାଯିବ ବୋଲି ସୂଚନା ମିଳିଛି । ହମାସ ମୁକ୍ତ କରିଥିବା ପଣବନ୍ଦୀଙ୍କୁ ରାଫା ସୀମା ଦେଇ ଇଜିପ୍ଟକୁ ଛଡାଯାଇଛି ।

ସେପଟେ ଇସ୍ରାଏଲ ମଧ୍ୟ ଜେଲରେ ବନ୍ଦୀ ଥିବା ୩୯ ଜଣ ପାଲେଷ୍ଟାଇନକୁ ମୁକ୍ତ କରିଥିବା ସୂଚନା ମିଳିଛି । ହମାସ ଓ ଇସ୍ରାଏଲ ମଧ୍ୟରେ ପଣବନ୍ଦୀ ମୁକ୍ତିକୁ ନେଇ ମଧ୍ୟସ୍ଥତା କରୁଥିବା କତାର ବିଦେଶ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ଗତ ଅକ୍ଟୋବର ୭ ତାରିଖରୁ ଆରମ୍ଭ ହୋଇଥିବା ଇସ୍ରାଏଲ ଓ ହମାସ ମଧ୍ୟରେ ଅସ୍ତ୍ରବିରତି ଗୁରୁବାରଠାରୁ ଆରମ୍ଭ ହେବାର ଥିଲା, କିନ୍ତୁ ତାହା ହୋଇ ନ ଥିଲା । ଇସ୍ରାଏଲ ଓ ହମାସ ମଧ୍ୟରେ ୪ ଦିନିଆ ଅସ୍ଥାୟୀ ଅସ୍ତ୍ରବିରତି ପାଇଁ ସହମତି ପ୍ରକାଶ ପାଇଛି । ୪ ଦିନରେ ୫୦ ପଣବନ୍ଦୀଙ୍କୁ ମୁକ୍ତ କରିବାକୁ ହୋଇଛି ଚୁକ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ