Masthead

ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଭକ୍ତଙ୍କ ନାହିଁ ନଥିବା ଭିଡ଼ । ପଞ୍ଚୁକ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । କାର୍ତ୍ତିକ ମାସ ଶୁକ୍ଳ ତ୍ରୟୋଦଶୀ ତିଥିରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ରତ୍ନ ସିଂହାସନରେ ଶ୍ରୀଜିଉଙ୍କ ତ୍ରିବିକ୍ରମ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଲମ୍ବା ଲାଇନ ଲାଗିଛି । ବିଭିନ୍ନ ଦିବ୍ୟ ଅଳଙ୍କାରରେ ବିଭୂଷିତ ହୋଇଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଛି । ଆଜିର ଦିନରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି ।

ଆସନ୍ତାକାଲି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ସେପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା, ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି । ଗହଳିକୁ ଦୃଷ୍ଟିରେ ରଖି ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ