Masthead

ବଡ଼ ଓଷାରେ ଅଘଟଣ, ବାବା ଧବଳେଶ୍ୱରଙ୍କ କବାଟ ଭାଙ୍ଗିଲେ ଶ୍ରଦ୍ଧାଳୁ

କଟକ(ବଡ଼ ଖବର ବ୍ୟୁରୋ): ଦ୍ୱାର ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ । କାଲିଠୁ ଦର୍ଶନ ବନ୍ଦ ରହିଥିବାରୁ ଆଜି ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ଧଶେଇ ପଶିଥିଲେ । ବଡ଼ ଓଷା ପାଇଁ ଧବଳେଶ୍ୱର ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ପ୍ରଶାସନ ଓ ସେବାୟତଙ୍କ ବିବାଦ ଯୋଗୁ ଆଜି ବଡ଼ ଓଷା ହୋଇପାରିବ କି ନାହିଁ ଆଶଙ୍କା ଦେଖାଦେଇଥିଲା ।

ଆଉ ଆଜି ଅସମ୍ଭାଳ ଭିଡ଼ ପୂଜକଙ୍କ ପ୍ରତିବାଦକୁ ନମାନି ମନ୍ଦିର ମୁଖ୍ୟଦ୍ୱାର କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ । ଗତକାଲି ପୂଜକ ସମିତି ଓ ପ୍ରଶାସନ ମଧ୍ୟରେ ବୈଠକ ବସିଥିଲା । ଏବଂ ତାହା ବିଫଳ ହୋଥିଲା । । ଗତକାଲି ବିଳମ୍ବିତ ବ୍ୟାରିକେଡ ଉତ୍ତର ପଟକୁ କରିବା ପାଇଁ ପୂଜକ ସମାଜ ଜିଦ୍ ଧରିଥିବା ବେଳେ ପ୍ରଶାସନ କିନ୍ତୁ ବ୍ୟାରିକେଡରେ କୌଣସି ପରିବର୍ତ୍ତନ କରିବା ପାଇଁ ମନାକରିଦେଇଥିଲା । ସେବାୟତ ଓ ପ୍ରଶାସନର ବିବାଦ ଯୋଗୁ ଠାକୁରଙ୍କ ଦର୍ଶନରୁ ବଞ୍ଚିତ ହୋଇଥିଲେ ଶ୍ରଦ୍ଧାଳୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ