Masthead

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ, ୨୮ରେ ଲେଜର ସ୍କାନିଂ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ । ଆସନ୍ତା ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । କାର୍ତ୍ତିକ ମାସରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ଣ୍ଣିମା ପରଦିନଠାରୁ ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଇ ୨୦୧୮ ଏପ୍ରିଲ ୪ ତାରିଖରେ ୧୭ ଜଣିଆ ଟିମ୍ ରତ୍ନଭଣ୍ଡାର ସ୍ଥିତି ପରଖି ଏକ ଯାଞ୍ଚ କରିବା ପରେ ରତ୍ନଭଣ୍ଡାର ମରାମତି ଆବଶ୍ୟକ ବୋଲି କହିଥିଲା ଏଏସଆଇ । ମିଳିଥିବା ସୂଚନା ଅନୁସାରେ ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ଓ ଅନ୍ୟାନ୍ୟ ସମସ୍ୟା ରହିଛି, ତାହା ଚିହ୍ନଟ କରାଯିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟ ପାଶ୍ୱର୍ଦେବାଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ । ଏହାରି ଭିତରେ ସ୍କାନିଂ ମେସିନ୍ ଏଏସଆଇ ପାଖରେ ପହଁଚିଥିବା ସୂଚନା ମିଳିଛି । ଅନ୍ୟପଟେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପରେ ଯଦି ମରାମତି ଆବଶ୍ୟକ ହୁଏ ତେବେ ସେହି ସମୟରେ ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାର ଗଣତି କରାଯାଇପାରେ ବୋଲି ପରିଚାଳନା କମିଟିର ସଦସ୍ୟ ମାନେ ଆଶା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!