Masthead

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ, ୨୮ରେ ଲେଜର ସ୍କାନିଂ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ । ଆସନ୍ତା ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । କାର୍ତ୍ତିକ ମାସରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ଣ୍ଣିମା ପରଦିନଠାରୁ ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଇ ୨୦୧୮ ଏପ୍ରିଲ ୪ ତାରିଖରେ ୧୭ ଜଣିଆ ଟିମ୍ ରତ୍ନଭଣ୍ଡାର ସ୍ଥିତି ପରଖି ଏକ ଯାଞ୍ଚ କରିବା ପରେ ରତ୍ନଭଣ୍ଡାର ମରାମତି ଆବଶ୍ୟକ ବୋଲି କହିଥିଲା ଏଏସଆଇ । ମିଳିଥିବା ସୂଚନା ଅନୁସାରେ ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ଓ ଅନ୍ୟାନ୍ୟ ସମସ୍ୟା ରହିଛି, ତାହା ଚିହ୍ନଟ କରାଯିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟ ପାଶ୍ୱର୍ଦେବାଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ । ଏହାରି ଭିତରେ ସ୍କାନିଂ ମେସିନ୍ ଏଏସଆଇ ପାଖରେ ପହଁଚିଥିବା ସୂଚନା ମିଳିଛି । ଅନ୍ୟପଟେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପରେ ଯଦି ମରାମତି ଆବଶ୍ୟକ ହୁଏ ତେବେ ସେହି ସମୟରେ ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାର ଗଣତି କରାଯାଇପାରେ ବୋଲି ପରିଚାଳନା କମିଟିର ସଦସ୍ୟ ମାନେ ଆଶା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ