ପାରାଦୀପ ବୋଇତ ବନ୍ଦାଣ ଉତ୍ସବର ଉଦଘାଟନ କରିବେ ମହାମହିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପାରାଦୀପ ଯିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବୋଇତ ବନ୍ଦାଣ ଉତ୍ସବର ଉଦଘାଟନ କରିବେ ମହାମହିମ । ଆଉ କିଛି ସମୟ ପରେ ତାଙ୍କ କାରକେଡ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦର ଯିବ । ସେଠାରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପାରାଦୀପ ଯିବେ । ଏଥିପାଇଁ ମୋଟ ୩ଟି ହେଲିକ୍ୟାପ୍ଟର ବ୍ୟବସ୍ଥା କରାଯାଇଛି । ପ୍ରାୟ ୯ ଟା ବେଳେ ରାଷ୍ଟ୍ରପତି ପାରାଦୀପରେ ପହଂଚିବାର କାର୍ୟ୍ୟକ୍ରମ ରହିଛି । ତେବେ ପାରାଦୀପର ନେହେରୁ ବଙ୍ଗଳାରେ ରାଷ୍ଟ୍ରପତି ମଧ୍ୟାନଭୋଜନ କରିବାର କାର୍ୟ୍ୟକ୍ରମ ରହିଛି ।

ପାରାଦୀପରୁ ଅପରାହ୍ଣରେ ଭୁବନେଶ୍ୱର ଆସି ଦିଲ୍ଲୀ ଫେରିଯିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଗସ୍ତକୁ ନେଇ ସଜେଇ ହୋଇଛି ବନ୍ଦର ନଗରୀ । ରାସ୍ତା ଘାଟ ପୁରା ଚକଚକ୍ କରାଯାଇଛି । କାନ୍ଥବାଡରେ ରଙ୍ଗବେରଙ୍ଗର ଚିତ୍ର ଅଙ୍କା ଯାଇଥିବା ଦେଖିବାକୁ ମିଳିଛି । ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ସାଧାରଣ ଜନତାଙ୍କ ଠାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଗସ୍ତକୁ ନଜରରେ ରଖି ପାରାଦୀପରେ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!