Masthead

ଦିଲ୍ଲୀର ହଜଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନୂଆଦିଲ୍ଲୀର ହଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପର୍ବ ଓ ବୋଇତ ବନ୍ଦାଣ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି । ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘ ଦ୍ୱାରା ଆୟୋଜିତ ଏହି ମହୋତ୍ସବରେ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ କ୍ଷେତ୍ରର ଶତାଧିକ ଓଡ଼ିଆ ଓ ଅଣଓଡ଼ିଆ ଜନସାଧାରଣ ସେମାନଙ୍କର ପରିବାର ବର୍ଗ ଓ ବନ୍ଧୁପରିଜନଙ୍କ ସହିତ ସାମିଲ ହୋଇଥିଲେ। ଚଳିତ ବର୍ଷର ପାର୍ବଣରେ ଭାଗ ନେଇ ଥିବା ଦର୍ଶକମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଏବଂ ଉଦ୍ଦୀପନା ପରିଲ୍ଲଖିତ ହୋଇଥିଲା।ଏହି ଉପଲକ୍ଷେ ବୋଇତ ବନ୍ଦାଣର ସ୍ଥଳ ମନ୍ଦିର ପାର୍ଶ୍ୱବର୍ତ୍ତୀ ଫୁଆରାର ଚାରିପଟ ଏବଂ ସମ୍ପୂର୍ଣ୍ଣ ମନ୍ଦିର ବେଢାକୁ ଖୁବ ସୁନ୍ଦର ଭାବେ ସଜାଯାଇଥିଲା। ସମଗ୍ର ପରିବେଶ ଉତ୍ସବ ମୁଖର ହୋଇପଡିଥିଲା। ପୂଜାରୀମାନେ ମୁଖ୍ୟ ମନ୍ଦିର ମଧ୍ୟରେ ଚାରିଦିଅଁଙ୍କର ସାମନାରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରିଥିଲେ । ଏହାପରେ ପୋଖରୀରେ ଭାସମାନ ଥିବା ସୁନ୍ଦର ଓ ସୁସଜ୍ଜିତ ବୋଇତଟିକୁ ପୁଜା କରାଯାଇଥିଲା।ସମଗ୍ର ଗଗନ ପବନ ହରିବୋଲ, ହୁଳହୁଳି ଏବଂ ଶଙ୍ଖଧ୍ଵନୀ, ଭଜନ-କୀର୍ତ୍ତନର ସୁଲଳିତ ସ୍ୱର ଝଙ୍କାର ତଥା ଘଣ୍ଟ, ଝାଞ୍ଜ ଓ ମୃଦଙ୍ଗ ଆଦି ବାଦ୍ୟର ନାଦରେ ପ୍ରକମ୍ପିତ ହୋଇ ଉଠିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ