Masthead

ଭିଜିଲାନ୍ସ ଜାଲରେ ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ ଶତପଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଥାନାବାବୁ । ଟଙ୍କା ନେଇ ବସରେ ଯାଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ । ବୌପାରିଗୁଡ଼ା ଆଇଆଇସି ସୁଶାନ୍ତ ଶତପଥୀଙ୍କ ପାଖରୁ ଜବତ ହୋଇଛି ବିଡ଼ା ବିଡ଼ା ଟଙ୍କା । ସୁଶାନ୍ତ ଗତକାଲି ରାତିରେ କଟକ ସ୍ଥିତ ନିଜ ଘରକୁ ବସ୍‌ରେ ଯାଉଥିବାବେଳେ ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ ଥାନା ଅଧିକାରୀଙ୍କୁ ଧରିଥିଲା ଭିଜିଲାନ୍ସ। ଏକ ଘରୋଇ ବସରେ କଟକ ଆସୁଥିଲେ ଥାନା ଅଧିକାରୀ । ଯାଞ୍ଚ ବେଳେ ସୁଶାନ୍ତଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଏହାସହ ବୈପାରୀଗୁଡା ଥାନାରେ ଥିବା ସୁଶାନ୍ତଙ୍କ ଚାମ୍ବରରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି । ଘରେ ଚଢାଉ ବେଳେ ୩ ଲକ୍ଷ ଟଙ୍କା ଜବତ ହୋଇଛି । ଏହିଭଳି ମୋଟ ସାଢେ ୭ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ଆଜି ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆଜି କଟକ ବକ୍ସିବଜାର ସ୍ଥିତ କ୍ୱାର୍ଟର୍ସରୁ ୨୫ ଲକ୍ଷ ମିଳିଥିବା ସୂଚନା ମିଳିଛି । ଏହାସହ ସୁଶାନ୍ତଙ୍କୁ ଭିଜିଲାନ୍ସ ଟିମ୍ ଅଟକ ରଖି ପଚରାଉଚରା କରୁଛି।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼