Masthead

ଡିସେମ୍ବର ୧ରେ କଂଗ୍ରେସର ତୁଳସୀ ଯାତ୍ରା

ପୁରୀ(ବଡ଼ ଖବର ବ୍ୟୁରୋ):ଆସନ୍ତା ୧ରେ କଂଗ୍ରେସ କରିବ ତୁଳସୀ ଯାତ୍ରା। ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ସରକାର ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରୀ ହୋଇ ଛିଡ଼ା ହୋଇଥିବା କହିଛନ୍ତି ଶ୍ରୀ ପଟ୍ଟନାୟକ । ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାରର ଗଣତି ଓ ମରାମତି ଏବଂ ବେଦାନ୍ତ ଅଧିକୃତ ଜଗନ୍ନାଥଙ୍କ ଅମୃତ ମଣୋହୀ ଜମି ଓ ଚାଷୀଙ୍କ ଜମିକୁ ଫେରସ୍ତ ପାଇଁ କଂଗ୍ରେସ ପୂର୍ବରୁ ଦାବିକରିଆସୁଛି । ଏହି ଦାବି ଗୁଡ଼ିକୁ ନେଇ ଅକ୍ଟୋବର ୧୬ରେ ପୁରୀ ଠାରେ କଂଗ୍ରେସ ପକ୍ଷରୁ ବିଶାଳ ସମାବେଶ ଓ ବିକ୍ଷୋଭ ଶୋଭାଯାତ୍ର କରି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା । ଅକ୍ଟୋବର ୨୯ ସୁଧା ଦାବି ପୂରଣ ନହେଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ମଧ୍ୟ ଦିଆଯାଇଥିଲା ।

ତେବେ ସରକାର ଏ ସମ୍ପର୍କରେ ପଦକ୍ଷେପ ନ ନେବାରୁ ସାରା ରାଜ୍ୟରେ ପ୍ରଭୁ ଜଗନ୍ନାଥଙ୍କ ସମ୍ମୁଖରେ ଗତ ନଭେମ୍ବର ୯ ତାରିଖରେ କଂଗ୍ରେସ ତରଫରୁ ସଂକୀର୍ତନ ସତ୍ୟାଗ୍ରହ କରାଯାଇଥିଲା । ଏହାପରେ ପୁଣି ଆସନ୍ତା ଡିସେମ୍ବର ୧ ତାରିଖ ଦିନ ତୁଳସୀ ଯାତ୍ରା କରାଯିବ ବୋଲି ପିସିସି ସଭାପତି ଘୋଷଣା କରିଛନ୍ତି । ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁଙ୍କ ଠାରୁ ତୁଳସୀ ସଂଗ୍ରହ କରାଯିବ । ଜିଲ୍ଲା କଂଗ୍ରେସ ସଭାପତିଙ୍କ ତତ୍ୱାବଧାନରେ ନଗର/ବ୍ଲକ ସଭାପତିମାନେ ବୁଥ, ୱାର୍ଡ ଓ ପଂଚାୟତ ସଭାପତିଙ୍କ ଜରିଆରେ ତୁଳସୀ ସଂଗ୍ରହ କରିବେ । ପ୍ରତି ବ୍ଲକ ଓ ନଗର କଂଗ୍ରେସ କମିଟି ପକ୍ଷରୁ ଗୋଟିଏ ଲେଖାଏଁ ଗାଡ଼ିରେ ସଂଗୃହୀତ ତୁଳସୀକୁ ଡିସେମ୍ବର ୧ ତାରିଖ ସୁଦ୍ଧା ଭୁବନେଶ୍ୱର ସ୍ଥିତ ପ୍ରଦେଶ କଂଗ୍ରେସ କାର୍ୟ୍ୟାଳୟକୁ ଆଣିବେ । ଡିସେମ୍ବର ୧ ତାରିଖ ଦିନ ସାରା ରାଜ୍ୟରୁ ସଂଗୃହିତ ତୁଳସୀ ଏବଂ ସଜ ତୁଳସୀ ଧରି ଶ୍ରୀକ୍ଷେତ୍ର ଅଭିମୁଖେ ତୁଳସୀ ଯାତ୍ରା କରାଯିବ । କଂଗ୍ରେସର ଦାବିକୁ ସରକରା ଯଦି ନଶୁଣନ୍ତି ତେବେ ଆଗକୁ ଆନ୍ଦୋଳନ ଆହୁରି ତିବ୍ର ହେବ ବୋଲି କହିଛନ୍ତି ଶ୍ରୀ ପଟ୍ଟନାୟକ। ଏହି ସମ୍ବାଦିକ ସମ୍ମିଳନୀରେ ଜିଲ୍ଲା କଂଗ୍ରେସ ସଭାପତି ଜୟ ନାରାୟଣ ପଟ୍ଟନାୟକ, ପର୍ୟ୍ୟବେକ୍ଷକ ଶିବାନନ୍ଦ ରାୟଙ୍କ ସମେତ ଜିଲ୍ଲା କଂଗ୍ରେସର ବିଭିନ୍ନ ପଦାଧିକାରୀ ମାନେ ଉପସ୍ଥିତ ଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ