Masthead

‘ଆସୁଛି ବାତ୍ୟା ମିଗଜାଉଂ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆସୁଛି ବାତ୍ୟା ଭୟ। ରାଜ୍ୟକୁ ଘାରିଛି ବାତ୍ୟାର ଭୟ । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ଚାଷୀକୂଳ ପର୍ଯ୍ୟନ୍ତ ସମସ୍ତଙ୍କ ମନରେ ବାତ୍ୟାକୁ ନେଇ ଛନକା । ଦକ୍ଷିଣ ଆଣ୍ଡାମାନ୍ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଶଙ୍କା ବ୍ୟକ୍ତ କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣ ଆଣ୍ଡାମାନ ସାଗରରରେ ସୃଷ୍ଟ ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର – ପଶ୍ଚିମ ଦିଗରେ ଗତି କରୁଛି ।

ଭାରତୀୟ ପାଣିପାଗ ବିଭାଗର ଆାକଳନ ଅନୁସାରେ ଆଜି ଏହି ଅବପାତ ତୀବ୍ର ଅବପାତରେ ପରିଣତ ହେବା ସମ୍ଭାବନା ରହିଚି। ସମୁଦ୍ର ଭିତରେ ଆାସନ୍ତା ୧ ତାରିଖ ବେଳକୁ ଏହା ଏକ ସାମୁଦ୍ରିକ ଝଡ଼ର ରୂପ ନେବାର ଅନୁମାନ କରାଯାଉଛି । ବାତ୍ୟାରେ ପରିଣତ ହେବା ପରେ ଏହାର ନାମ ‘ମିଗଜାଉଂ’ ରଖାଯିବ । ମିଆାଁମାରର ପ୍ରସ୍ତାବ ଅନୁସାରେ ଏହି ବାତ୍ୟାର ନାମକରଣ ଏପରି କରାଯାଇଛି । ଆାଇଏମଡିର ଜିଏଫଏସ ମଡ଼େଲ ଅନୁସାରେ ବାତ୍ୟା ‘ମିଗଜାଉଂ’ ଆାହୁରି ଘନୀଭୂତ ହୋଇ ଡିସେମ୍ବର ୪ ତାରିଖ ପର୍ୟ୍ୟନ୍ତ ଉତ୍ତର ଓ ଉତ୍ତର – ପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ସମୟରେ ଏହି ସିଷ୍ଟମ ଉତ୍ତର ଓ ଉତ୍ତର-ପୂର୍ବ ଦିଗକୁ ମୁହାଁଇବାର ସମ୍ଭାବନା ରହିଛି ।

ଡିସେମ୍ବର ୫ ତାରିଖ ବେଳକୁ ‘ମିଗଜାଉଂ’ ଉତ୍ତର ଆାନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ଜିଏଫଏସ ମଡ଼େଲ ଆାକଳନ କରିଛି । ସେହିପରି ଇସିଏମ ମଡେଲର ଆାକଳନ ଅନୁସାରେ ଏହି ସିଷ୍ଟମ ଡିସେମ୍ବର ୨ ତାରିଖ ବେଳକୁ ବାତ୍ୟାର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ‘ମିଗଜାଉଂ’ ୬ ତାରିଖରେ ଉତ୍ତର ଆାନ୍ଧ୍ର ପ୍ରେଦଶ ଓ ଦକ୍ଷିଣ ଓଡ଼ିଶା ମୁହାଁ ହେବାର ସମ୍ଭାବନା ରହିଛି । ତେବେ ଏହି ସବୁ ମଡ଼େଲକୁ ତର୍ଜମା କରି ଭାରତୀୟ ପାଣିପାଗ ବିଭାଗ ଆସନ୍ତା ୧ ତାରିଖ ବେଳକୁ ଦକ୍ଷିଣ – ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ମିଗଜାଉଂ’ ସୃଷ୍ଟି ହେବ ବୋଲି ଆାକଳନ କରିଛି । ଏହି ସମୟରେ ସମୁଦ୍ର ଭିତରେ ପବନର ଗତି ୬୦ ରୁ ୭୦ କିମି ଓ ସ୍ଥଳ ବିଶେଷରେ ୮୦ କିମି ପ୍ରତି ଘଣ୍ଟା ରହିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ