ଆଜି ତେଲେଙ୍ଗାନା ବିଧାନସଭା ଭୋଟ୍, ସିଲ୍‌ ହେବ ୨୨୯୦ ପ୍ରାର୍ଥୀଙ୍କ ଭାଗ୍ୟ

ତେଲେଙ୍ଗାନା (ବଡ଼ ଖବର ବ୍ୟୁରୋ): ଆଜି ତେଲେଙ୍ଗାନା ବିଧାନସଭା ଭୋଟ୍। ସମସ୍ତ ୧୧୯ଟି ଯାକ ଆସନରେ ଆରମ୍ଭ ହୋଇଛି ମତଦାନ। ୧୦୬ଟି ଆସନରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବାକୁ ଥିବାବେଳେ ନକ୍ସଲ ଅଧ୍ୟୁଷିତ ୧୩ ଆସନରେ ଅପରାହ୍ନ ୪ଟା ସରିବ ଭୋଟ୍। ତେଲେଙ୍ଗାନାରେ ଏଥର ଲଢ଼େଇ ମୁଖ୍ୟତଃ ଭାରତ ରାଷ୍ଟ୍ର ସମିତି, କଂଗ୍ରେସ ଓ ବିଜେପି ମଧ୍ୟରେ ହେବ। ୩ କୋଟି ୨୬ ଲକ୍ଷ ଲୋକେ ସେମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ । ରାଜ୍ୟରେ ମୋଟ ୩୫ ହଜାର ୬୫୫ ଟି ମତଦାନ କେନ୍ଦ୍ରରେ ଭୋଟିଂ ହେବ ।

ସକାଳ ୭ଟାରୁ ସନ୍ଧ୍ୟା ୫ ଟାଏ ଯାଏଁ ଲୋକେ ଭୋଟ ଦେଇପାରିବେ । ନିର୍ବାଚନ ପାଇଁ ପୁଲିସ ପକ୍ଷରୁ କଡ଼ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଉଗ୍ରବାଦୀ କାର୍ଯ୍ୟକଳାପ ପ୍ରଭାବିତ ୧୩ଟି ଆସନରେ ଅପରାହ୍ନ ୪ଟା ସୁଦ୍ଧା ମତଦାନ ସାରିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ବିଆରଏସର ମୁଖ୍ୟ ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ତାଙ୍କ ପୁଅ କେଟିଆର ଅଛନ୍ତି । ସେହିପରି ବିଜେପିର ଲୋକସଭା ସାଂସଦ ବାନ୍ଦି ସଞ୍ଜର କୁମାର, ଡି ଅରବିନ୍ଦ ସୋୟମ ବାପୁରାଓ ଏବଂ କଂଗ୍ରେସର ଏ. ରେବନ୍ତ ରେଡି, ଉତର କୁମାର ରେଡି, ଏଆଇଏମଆଇଏମ ନେତା ଅସଦୁଦ୍ଦିନ ୱୱେସୀଙ୍କ ପରି ହେବିୱେଟ୍ ନେତା ଅଛନ୍ତି ।

ତେବେ ଏଥର ତେଲେଙ୍ଗାନାରେ ବିଆରଏସ ଏବଂ କଂଗ୍ରେସ ମଧ୍ୟରେ କଡା ଟକର ଦେଖିବାକୁ ମିଳିବ ବୋଲି କୁହାଯାଉଛି । ଆଜି ତେଲେଙ୍ଗାନା ଭୋଟ୍ ସରିଲେ ଏହାକୁ ମିଶାଇ ୫ ରାଜ୍ୟ ଯଥାକ୍ରମେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ମିଜୋରାମରେ ବିଧାନସଭା ନିର୍ବାଚନ ସରିବ। ଡିସେମ୍ବର ୩ ତାରିଖରେ ଫଳାଫଳ ଘୋଷଣା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ