Masthead

ଡିସେମ୍ବର ୨ରେ ବାତ୍ୟା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ଘାରିଛି ବାତ୍ୟାର ଭୟ । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ଚାଷୀକୂଳ ପର୍ଯ୍ୟନ୍ତ ସମସ୍ତଙ୍କ ମନରେ ବାତ୍ୟାକୁ ନେଇ ଛନକା । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ନେଉଛି ଅବପାତର ରୂପ । ଡିସେମ୍ବର ୨ରେ ବାତ୍ୟା ଆଶଙ୍କା । କିନ୍ତୁ ଗତିପଥ ନେଇ ସ୍ପଷ୍ଟ ହୋଇନି ଚିତ୍ର । ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ପାଣିପାଗ ବିଭାଗର ସୂଚନା ମୁତାବକ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସଷ୍ଟ ଚିହ୍ନିତ ହୋଇଛି ଲଘୁଚାପ କ୍ଷେତ୍ର ।

ଏହା ଅଧିକ ଘନୀଭୂତ ହୋଇ ଆଜି ଅବପାତର ରୂପ ନେଉଛି । ୨ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରର ଆଖପାଖ ଅଞ୍ଚଳରେ ବାତ୍ୟାର ରୂପ ନେଇପାରେ । ତେବେ ବାତ୍ୟାର ଗତିପଥ ନେଇ ଏପର୍ୟ୍ୟନ୍ତ ବିସ୍ତୃତ ତଥ୍ୟ ମିଳିନାହିଁ । ସେପଟେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏହି ୭ ଜିଲ୍ଲାକୁ ରହିଛି ବାତ୍ୟା ଭୟ। କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି ।

ଆସନ୍ତା ୪୮ଘଣ୍ଟାରେ ଏହା ବାତ୍ୟା ହୋଇପାରେ। ପ୍ରଭାବରେ ୨ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତକାଲିଠୁ ଗଭୀର ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ବାତ୍ୟା ରୂପ ନେବା ପରେ ଗତିପଥ ନେଇ ସ୍ପଷ୍ଟ ଚିତ୍ର ଆସିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା