Masthead

ଓଡ଼ିଶାକୁ ନାହିଁ ବାତ୍ୟା ବିପଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରର ଲଘୁଚାପ ଆଜି ଅବପାତର ରୂପ ନେବ । ଦିନକ ପରେ ଅର୍ଥାତ ୩ ତାରିଖ ରବିବାର ଏହା ବାତ୍ୟାରେ ରୂପାନ୍ତର ହୋଇପାରେ । ବାତ୍ୟାରେ ପରିଣତ ହେବା ପରେ ୪ ତାରିଖ ସକାଳେ ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ର ଉପକୂଳ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ଓଡ଼ିଶାରୁ ଟଳିଛି ବାତ୍ୟା ବିପଦ। ତାମିଲନାଡୁରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁପାରେ ବାତ୍ୟା ମିଗଜାଉଂ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଓ୍ବେଲମାର୍କ ଲୋ ପ୍ରେସର ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଜି ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ଆହୁରି ଘନୀଭୂତ ହୋଇ ୩ ତାରିଖ ବେଳକୁ ବାତ୍ୟାରେ ପରିଣତ ହୋଇପାରେ । ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ ତାରିଖ ଭୋରରୁ ଉତ୍ତର ତାମିଲନାଡୁରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼